ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ; ମଙ୍କି ପକ୍ସ ଚିକିତ୍ସା ପାଇଁ ଜାରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର, ୩୦।୭(ବ୍ୟୁରୋ)- ବିଶ୍ୱର ୭୮ଟି ଦେଶରେ ଏବେ ମଙ୍କି ପକ୍ସ ଭୂତାଣୁ କାୟା ବିସ୍ତାର କରିସାରିଲାଣି। ଏଥିରେ ୨୧ହଜାର ରୋଗୀ ଆକ୍ରାନ୍ତ ହୋଇସାରିଥିବାବେଳେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଭାରତରେ ୪ଜଣ ମଙ୍କି ପକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। କେରଳରେ ୩ ଜଣ ଓ ଦିଲ୍ଲୀର ଜଣେ ରୋଗୀ ରହିଛନ୍ତି। ତେବେ ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ମଙ୍କି ପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ଖୁବ୍‌ଶୀଘ୍ର ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିଠାରେ ଏହାର ନମୂନା ପରୀକ୍ଷଣ ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଶନିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମଙ୍କି ପକ୍ସ ସମ୍ପର୍କିତ ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ସେହିଭଳି ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍କି ପକ୍ସର ଚିକିତ୍ସା ପାଇଁ ମେଡିସିନ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବିଶେଷଜ୍ଞମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ଏବେ ପ୍ରତ୍ୟେକ ଜିଲାରୁ ମେଡିସିନ, ପେଡିଆଟ୍ରିକ ଏବଂ ସ୍କିନ ଆଣ୍ଡ୍‌ ଭିଡି ଡାକ୍ତର ତଥା ଏଡ୍‌ସ କଣ୍ଟ୍ରୋଲ ସୋସାଇଟି ଅଧୀନ ସମସ୍ତ ଜିଲାସ୍ତରୀୟ ପରାମର୍ଶ ଅଧିକାରୀଙ୍କୁ ମଙ୍କି ପକ୍ସର ଚିକିତ୍ସା ପାଇଁ ତାଲିମ ଦିଆଯିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ଏକ ମାର୍ଗଦର୍ଶିକା ଜାରି କରାଯିବ। ଏହାକୁ ନେଇ ଜନସାଧାରଣ ଅଯଥାରେ ଆତଙ୍କିତ ହେବାର କୌଣସି କାରଣ ନାହିଁ। କେବଳ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବା ଉଚିତ ବୋଲି ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri