Posted inଜାତୀୟ

ରାମ ଭକ୍ତଙ୍କୁ ଆକ୍ରମଣ ବେଳେ ନୀରବଦ୍ରଷ୍ଟା ସାଜିଥିଲେ ରାଜ୍ୟ ସରକାର: ଅନୁରାଗ ଠାକୁର

କୋଲକାତା/ନୂଆଦିଲ୍ଲୀ,୩୧ା୩: ପଶ୍ଚିମବଙ୍ଗର ହାଓଡାର କାଜିପାରା ଅଞ୍ଚଳରେ ଗୁରୁବାର ରାମନବମୀ ଉତ୍ସବ ପାଳନ ବେଳେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।ଅନେକ ଯାନବାହନରେ ନିଅଁା ଲଗାଇ ଦିଆଯାଇଥିଲା। ଉପଦବ୍ରୀମାନେ ଦୋକାନଗୁଡ଼ିକରୁ ଲୁଟ୍‌ କରିବା ପରେ ଜାଳି ଦେଇଥିଲେ। ଶୁକ୍ରବାର ସମ୍ପୃକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସଂଘର୍ଷ ପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଦାୟୀ କରିଛନ୍ତି। ଅନୁରାଗ କହିଛନ୍ତି, ରାମନବମୀରେ ରାମଭକ୍ତମାନଙ୍କୁ ଆକ୍ରମଣ କରାଯିବାବେଳେ ମମତାଙ୍କ ସରକାର ନିଲ୍ଲଜ ଭଳି ନୀରବଦ୍ରଷ୍ଟା ସାଜିଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଦାବି କରିଛନ୍ତି। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କ ସହ ଫୋନ୍‌ରେ କଥା ହୋଇ ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ରାଜ୍ୟପାଳ ତାଙ୍କୁ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ବିସ୍ତୃତ ବିବରଣୀ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri