ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍‌ ସବ୍‌କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ପଞ୍ଚାୟତିରାଜ ବିଭାଗ, ଅର୍ଥ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବଙ୍କ ସହ ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନର ପ୍ରନ୍ସିପାଲ ସଦସ୍ୟ ରହିଛନ୍ତି। ସେହିଭଳି ଟିଚର୍ସ ଏଜୁକେଶନ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକଙ୍କୁ ଜାତୀୟ ଶିକ୍ଷା ନୀତି-୨୦୨୦ର ନୋଡାଲ ଅଫିସର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଆବାହକ ସଦସ୍ୟ ରଖାଯାଇଛି। ଏହି ଟାସ୍କଫୋର୍ସରେ ଏକ୍ସପର୍ଟ ସଦସ୍ୟ ଭାବେ ୟୁନିସେଫ, ସେଣ୍ଟ୍ରାଲ ସ୍କୋୟାର ଫାଉଣ୍ଡେଶନ, ଅକ୍ଷର ଫାଉଣ୍ଡେଶନ, ଲାଙ୍ଗୁଏଜ ଲର୍ନିଂ ଫାଉଣ୍ଡେଶନ, ପ୍ରଥମ ଅନୁଷ୍ଠାନର ପ୍ରତିନିଧିଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର ମନୋନୀତ ସଦସ୍ୟ ମଧ୍ୟ ରହିବେ। ଏଥିସହ ଜାତୀୟ ଶିକ୍ଷାନୀତିର ବିଭିନ୍ନ ଉପାଦାନକୁ ଅନୁଧ୍ୟାନ ପାଇଁ ୬ଟି ଥିମେଟିକ ସବ୍‌କମିଟି ମଧ୍ୟ ଗଠନ କରାଯାଇଛି। ଏହି ସବ୍‌କମିଟିରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ ସମେତ ଶିକ୍ଷା କ୍ଷେତ୍ରର ବିଶେଷଜ୍ଞ ଓ ଶିକ୍ଷାବିତ୍‌ମାନଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri