ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗତ ୬ ତାରିଖରେ ଗିରଫ କରାଯାଇଥିଲା। ସେହିଦିନ ମାନ୍ୟବର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଅଦାଲତଙ୍କ ଆଦେଶ ମତେ ତାଙ୍କୁ ତା ୧୭.୦୮.୨୦୨୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମୁଖ୍ୟଯନ୍ତ୍ରୀ (ସିଭିଲ), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି। ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ), ଭୁବନେଶ୍ୱରଙ୍କ ପ୍ରାକ୍‌ ଅନୁମତି ବିନା ସଦର ମହକୁମା ଛାଡ଼ିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ା ଭାବେ ଆପଣାଇଛନ୍ତି। ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ନା କାହିଁକି ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri