ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗତ ୬ ତାରିଖରେ ଗିରଫ କରାଯାଇଥିଲା। ସେହିଦିନ ମାନ୍ୟବର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଅଦାଲତଙ୍କ ଆଦେଶ ମତେ ତାଙ୍କୁ ତା ୧୭.୦୮.୨୦୨୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମୁଖ୍ୟଯନ୍ତ୍ରୀ (ସିଭିଲ), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି। ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ), ଭୁବନେଶ୍ୱରଙ୍କ ପ୍ରାକ୍‌ ଅନୁମତି ବିନା ସଦର ମହକୁମା ଛାଡ଼ିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ା ଭାବେ ଆପଣାଇଛନ୍ତି। ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ନା କାହିଁକି ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri