ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ) ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅନୁମୋଦନ କରିଛନ୍ତି। ଏହି ମେଡିକାଲ କଲେଜକୁ ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ନାମରେ ନାମିତ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହାକୁ ପରିଚାଳନା କରିବା ବେଳେ ଏମ୍‌ସିଏଲ୍‌ ଏଥିପାଇଁ ଆବଶ୍ୟକ ପାଣ୍ଠି ଯୋଗାଇ ଦେବ। ଅନୁଗୋଳ ଓ ଏହାର ଆଖପାଖ ଜିଲା ପାଇଁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଏହା ଏକ ବଡ଼ ପଦକ୍ଷେପ। ରାଜ୍ୟରେ ସ୍ବାସ୍ଥ୍ୟ ସେବା ଶିକ୍ଷାକୁ ଦୃଢ଼ୀଭୂତ କରିବା ଦିଗରେ ରାଜ୍ୟ ସରକାରଙ୍କ ଏହା ଆଉ ଏକ ଉଦ୍ୟମ।
ଏହି ମେଡିକାଲ କଲେଜ ଚଳାଇବା ଏବଂ ଏଷ୍ଟାବ୍ଲିଶମେଣ୍ଟ ଖର୍ଚ୍ଚ ଏମ୍‌ସିଏଲ୍‌ ବହନ କରିବ। ରାଜ୍ୟ ସରକାର ଯୋଗାଇ ଦେଇଥିବା ୨୦ ଏକର ଜମିରେ ଏମ୍‌ସିଏଲ୍‌ ଏହି ମେଡିକାଲ କଲେଜ ନିର୍ମାଣ କରିଛି। ପ୍ରତ୍ୟେକ ବର୍ଷ ଏହି ମେଡିକାଲ କଲେଜରେ ୧୦୦ ସିଟ୍‌ରେ ନାମଲେଖା ହେବ। ଏଥିସହିତ ୫୦୦ ଶଯ୍ୟା ଚିକିତ୍ସା ସୁବିଧା ରହିବ।
ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ମେଡିକାଲ କଲେଜ ଓ ହସ୍ପିଟାଲକୁ ସରକାରୀ ଓ ଘରୋଇ ଭାଗୀଦାରି(ପିପିପି) ସହାୟତାରେ ଚଳାଇବାକୁ ଏମ୍‌ସିଏଲ୍‌ ନିଷ୍ପତ୍ତି ନେଇଥିଲା। ତେବେ ପରବର୍ତ୍ତୀ ସମୟରେ ମେଡିକାଲ କଲେଜକୁ ଚଳାଇବା ପାଇଁ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ଏହି ଆଲୋଚନା ପରେ ଏମ୍‌ସିଏଲ୍‌ ପକ୍ଷରୁ ମେଡିକାଲ କଲେଜ ଓ ହସ୍ପିଟାଲକୁ ଚଳାଇବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ମେଡିକାଲ କଲେଜକୁ କାର୍ଯ୍ୟକ୍ଷମ କରିବା ନେଇ ବାଦବିବାଦ ଲାଗି ରହିଥିବା ବେଳେ ଶେଷରେ ରାଜ୍ୟ ସରକାର ଏହାର ପରିଚାଳନା ଭାର ନେଇଛନ୍ତି। ଏହାର ପରିଚାଳନା ଓ ପ୍ରଶାସନିକ ବାବଦରେ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛି। ମେଡିକାଲ କଲେଜ ପାଇଁ ରାଜ୍ୟ ସରକାର ୨୦ ଏକର ଜାଗା ଯୋଗାଇ ଦେବା ସହ ସମସ୍ତ ସହଯୋଗ କରିଥିଲେ। ୨୦୧୫ରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫୦୦କୋଟି ଟଙ୍କା ବ୍ୟୟରେ ଏହି ୧୦୦ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri