ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଲେ

କଟକ ଅଫିସ,୨୪ା୨: ଅନୁସୂଚିତ ଜାତି(ଏସ୍‌ସି) ଓ ଅନୁସୂଚିତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍‌ ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏଠାରେ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗୁରୁବାର ଶୁଣାଣିବେଳେ ରାଜ୍ୟ ସରକାର ସାନି ସତ୍ୟପାଠ ଦାଖଲ କରିବାର ଥିଲା। କିନ୍ତୁ ସରକାର ସତ୍ୟପାଠ ଦାଖଲ କରିପାରି ନାହାନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ଏପ୍ରିଲ ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ଗଞ୍ଜାମ ଜିଲା ଆସ୍କାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସପ୍ତମ ଶ୍ରେଣୀରେ ପଢୁଥିବା ଛାତ୍ରୀ ପେନ୍‌ସିଲ୍‌ ଓ ଖାତା କିଣିବା ପାଇଁ ମାତ୍ର ୧୦ ଟଙ୍କା ନ ପାଇବାରୁ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ତଥା ଆଇନଜୀବୀ ପ୍ରବୀର କୁମାର ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ପୂର୍ବ ଶୁଣାଣିରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇ ପରବର୍ତ୍ତୀ ତାରିଖରେ ସାନି ସତ୍ୟପାଠ ଦାଖଲ କରିବାକୁ କହିଥିଲେ। ଏଥିରେ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍‌ ପ୍ରଦାନ ଦିଗରେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପ ସଂକ୍ରାନ୍ତରେ ଉଲ୍ଲେଖ କରିବାକୁ କୁହାଯାଇଥିଲା। ଷ୍ଟାଇପେଣ୍ଡ୍‌ ପାଇଁ ଆବେଦନପତ୍ରଗୁଡ଼ିକ ଉପରେ ଯଥାଶୀଘ୍ର ନିଷ୍ପତ୍ତି ଗ୍ରହଣ ସହିତ ଏହାର ଲାଭ ଛାତ୍ରୀଛାତ୍ରଙ୍କୁ ମିଳିବା ନିମନ୍ତେ କ’ଣ ଆଦେଶ ରହିଛି, ୨୦୨୨ ଶିକ୍ଷାବର୍ଷରେ ଷ୍ଟାଇପେଣ୍ଡ୍‌ ପାଇଁ କେତେ ସଂଖ୍ୟକ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ର ଆବେଦନ କରିଛନ୍ତି, ଆବେଦନଗୁଡ଼ିକ ଉପରେ କେତେ ସମୟ ମଧ୍ୟରେ କ’ଣ ନିଷ୍ପତ୍ତି ନିଆଯାଇଛି ତାହା ଦର୍ଶାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri