କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ କର୍ମକର୍ତ୍ତା ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ଶନିବାର ଅପରାହ୍ନରେ ଜୟନାରାୟଣ ଦଳୀୟ କାର୍ଯ୍ୟାଳୟରେ ଆହୂତ ଏକ କର୍ମୀ ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ପ୍ରଥମେ ଦଳୀୟ କର୍ମକର୍ତ୍ତା ଓ ସମର୍ଥକ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କର୍ମୀମାନେ ତାଙ୍କ ପ୍ରିୟ ନେତାଙ୍କୁ ପାଇ ଦୀର୍ଘଦିନର ପୁଞ୍ଜିଭୂତ ଅଭିଯୋଗକୁ ତାଙ୍କ ସମ୍ମୁଖରେ ରଖିଥିଲେ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନୀ ରଣନୀତି ତଥା ଦଳର ସାଙ୍ଗଠନିକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଭାଜପା ଜିଲା ସାଧାରଣ ସମ୍ପାଦକ ଅନିଲ ବେହେରା, କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ, ବରିଷ୍ଠ ନେତା ଦାମୋଦର କର, ଡ. ପ୍ରମୋଦ ରଥ, ଫଣି ଭୂଷଣ ମିଶ୍ର, ବରଗଡ଼ ପ୍ରଭାରୀ ସବିତା ନନ୍ଦ, ସରୋଜ ଦଲପତ, ସୁଶାନ୍ତ ପୁରୋହିତ, ଭାଜପା ରାଜ୍ୟ ପେନାଲିଷ୍ଟ ମାନସ ରଞ୍ଜନ ବକ୍ସି ପ୍ରମୁଖ ଜୟନାରାୟଣଙ୍କୁ ଉପଢୌକନ ଦେଇଥିଲେ। ହେଲେ ଭାଜପା ଜିଲା ସଭାପତି ଗିରିଶ ପଟେଲଙ୍କ ଅନୁପସ୍ଥିତିକୁ ନେଇ ନାନା ଆଲୋଚନା ହୋଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ଜୟନାରାୟଣ ସମ୍ବଲପୁରରେ ପହଞ୍ଚତ୍ବା ପରେ ମା’ ସମଲେଇଙ୍କ ପୀଠରେ ମା’ଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଜିଲା ସଭାପତି ପଟେଲ ମଧ୍ୟ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ପାଇଁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଧରି ଅଗ୍ରସର ହେଉଥିବା ଦେଖି ଜୟନାରାୟଣଙ୍କ ଜଣେ ନିକଟ ସମ୍ପର୍କୀୟଙ୍କ ବାରଣ କରିବା ହେତୁ ସେ ନିରାଶ ହୋଇ ଫେରିଯାଇଥିଲେ। ତେଣୁ ସେ କର୍ମୀ ସମାବେଶରେ ଅନୁପସ୍ଥିତ ରହିଥିବା ସହରରେ ଚର୍ଚ୍ଚା ହେଉଛି।
ସମାବେଶରେ ଖବରଦାତାଙ୍କ କେତେକ ପ୍ରଶ୍ନର ଉତ୍ତର ଦେଇ ବିଜେଡି ସରକାରଙ୍କ ଉପରେ ଜୟନାରାୟଣ ସିଧାସଳଖ ଆକ୍ରମଣ କରିଥିଲେ। ସେ କହିଥିଲେ, ବିଜେଡି ସରକାରଙ୍କ ଅପାରଗତାରୁ ପଶ୍ଚିମ ଓଡ଼ିଶାରେ ସ୍ବାସ୍ଥ୍ୟସେବା ଅତ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦୀର୍ଘ ୨୦ ବର୍ଷର ଶାସନ ପରେ ମଧ୍ୟ ଏ ଅଞ୍ଚଳରେ ଅତ୍ୟାଧୁନିକ ଚିକିତ୍ସାସେବା ଯୋଗାଇବା ଭଳି ଚିକିତ୍ସାଳୟ ପ୍ରତିଷ୍ଠା କରିବାରେ ବିଜେଡି ସରକାର ବିଫଳ ହୋଇଛି। ଫଳ ସ୍ବରୂପ ନିଜ ଦଳର ନେତା ଓ ମନ୍ତ୍ରୀଙ୍କୁ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନା ବଦଳରେ ଭୁବନେଶ୍ୱରର ଘରୋଇ ଡାକ୍ତରଖାନା ଉପରେ ନିର୍ଭର କରିବାକୁ ପଡ଼ୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri