Posted inଜାତୀୟ

କୁଳପତି ନିଯୁକ୍ତ କରିବେ ରାଜ୍ୟ ସରକାର

ଚେନ୍ନାଇ,୨୬ା୪:ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ କୁଳପତି ଚୟନ ଏବେ ରାଜ୍ୟପାଳଙ୍କ ପରିବର୍ତ୍ତେ ରାଜ୍ୟ ସରକାର କରିବେ। ଏନେଇ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଦୁଇଟି ବିଲ୍‌ ଗୃହୀତ କରାଇଛନ୍ତିି। ରାଜ୍ୟପାଳଙ୍କ କୁଳପତି ନିଯୁକ୍ତି କ୍ଷମତା ଉଚ୍ଛେଦ କରିବା ଏହି ବିଲ୍‌ର ଉଦ୍ଦେଶ୍ୟ। ରାଜ୍ୟପାଳ ଆର୍‌.ଏନ୍‌. ରବି କେବଳ ରାଜ୍ୟ, କେନ୍ଦ୍ରୀୟ ଏବଂ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନଙ୍କର ଦୁଇଟି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ। ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ କରିବା ଲାଗି ଏଭଳି ବିଲ୍‌ ଅଣାଯାଇଛି। ଏଆଇଏଡିଏମ୍‌କେ ପ୍ରଥମେ ବିଲ୍‌କୁ ବିରୋଧ କରିଥିବାବେଳେ ଭାଜପା କକ୍ଷତ୍ୟାଗ କରିଥିଲା। ତାମିଲନାଡୁ ୟୁନିଭର୍ସିଟି ଲ (ସଂଶୋଧନ) ବିଲ୍‌ ଏବଂ ଚେନ୍ନାଇ ୟୁନିଭର୍ସିଟି ଆକ୍ଟ ଧ୍ୱନି ମତରେ ଗୃହୀତ ହୋଇଛି। ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ କହିଛନ୍ତି, ପୂର୍ବରୁ ରାଜ୍ୟ ସରକାରଙ୍କ ପରାମର୍ଶକ୍ରମେ ରାଜ୍ୟପାଳ କୁଳପତିମାନଙ୍କୁ ନିଯୁକ୍ତି ଦେଉଥିଲେ। ହେଲେ ନିକଟ ଅତୀତରେ ରାଜ୍ୟପାଳ ଏକତରଫା ଭାବେ କୁଳପତି ନିଯୁକ୍ତ କରୁଛନ୍ତି।
ନିର୍ବାଚିତ ସରକାର ସେମାନଙ୍କୁ ନିଯୁକ୍ତି ଦେଇପାରୁ ନାହିଁ। ଏହା ଗଣତାନ୍ତ୍ରିକ ନୀତିର ବିରୋଧ। କୁଳପତି ନିଯୁକ୍ତି କ୍ଷମତା ରାଜ୍ୟପାଳଙ୍କୁ ଦିଆଯିବା ଉଚିତ ନୁହେଁ ବୋଲି ଆନ୍ତଃରାଜ୍ୟ ସମ୍ପର୍କ ଉପରେ ଗଠିତ ପୁଞ୍ଛି କମିଶନ ସୁପାରିସ କରିଥିଲେ। କମିଶନଙ୍କ ମତାମତ ଉପରେ ୧୯ଟି ରାଜ୍ୟ ସହମତ ଥିଲେ। ଏପରିକି ଇ.କେ. ପଲାନିସ୍ବାମୀଙ୍କ ନେତୃତ୍ୱାଧୀନ ଏଆଇଏଡିଏମ୍‌କେ ସରକାର ମଧ୍ୟ ରାଜ୍ୟପାଳଙ୍କ ହାତରେ କୁଳପତି ନିଯୁକ୍ତି କ୍ଷମତା ରହିବା ଉଚିତ ନୁହେଁ ବୋଲି ସେତେବେଳେ ମତ ଦେଇଥିଲା ବୋଲି ଷ୍ଟାଲିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri