ଘର ମରାମତି ପାଇଁ ମିଳିବ ସହାୟତା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଘର ମରାମତି ପାଇଁ ରାଜ୍ୟ ସରକାର ସହାୟତା ଦେବେ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଗୃହ ମରାମତି ପାଇଁ ୩ ହଜାର ଟଙ୍କା ସହାୟତା ମିଳିବ। କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ୫ ହଜାର ଟଙ୍କା ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସହାୟତା ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ୩୦ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ୧,୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ। ବିଜୁ ପକ୍କାଘର ଯୋଜନାରୁ ଏହି ଟଙ୍କା ଖର୍ଚ୍ଚ ହେବ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଘର ହେଉଛି ଗୋଟିଏ ପରିବାରର ପରିଚୟ। ଭଲ ଘରଟିଏ ସମସ୍ତଙ୍କ ସ୍ବପ୍ନ। ଓଡ଼ିଶା ଉପରେ ସବୁବେଳେ ବାତ୍ୟା, ବନ୍ୟାର ଭୟ ରହୁଛି। ପ୍ରତିବର୍ଷ ଆମେ ବାତ୍ୟାର ସାମ୍ନା କରୁଛୁ। ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର। ସବୁ ପରିବାରର ମୁଣ୍ଡ ଉପରେ ଛାତ ରହିବା ବିଜୁବାବୁଙ୍କ ସ୍ବପ୍ନ ଥିଲା। ସେହି ସ୍ବପ୍ନକୁ ସାକାର କରିବା ପାଇଁ ଆମେ ବିଜୁ ପକ୍କାଘର ଯୋଜନା ଆରମ୍ଭ କରିଛୁ। ସବୁ କଚ୍ଚା ଘରକୁ ପକ୍କାଘର କରିବା ପାଇଁ ୨୦୧୪ର ଶେଷ କ୍ୟାବିନେଟରେ ନିଷ୍ପତ୍ତି ନେଇଥିଲୁ। ଏହି ଦିଗରେ ଭଲ କାମ ହୋଇଛି।
ଗ୍ରାମାଞ୍ଚଳରେ ଘର ତିଆରିରେ ଓଡ଼ିଶା ସାରା ଦେଶରେ ଏକ ଆଗୁଆ ରାଜ୍ୟରେ ପରିଣତ ହୋଇଛି। ୨୦୧୪ରୁ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଗୃହ ନିର୍ମାଣ ପାଇଁ ୨୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଗଁାର ଗରିବ ଲୋକଙ୍କୁ ପକ୍କାଘର ଖଣ୍ଡିଏ ଦେବା ପାଇଁ ନିଜ ପାଣ୍ଠିରୁ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ସହ ଖଣି ଅଞ୍ଚଳ ପକ୍କାଘର ଯୋଜନା କରିଛନ୍ତି। ଏଥିସହ କେନ୍ଦ୍ରର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ଏଥିପାଇଁ ରାଜ୍ୟ ସରକାର ଅଧା ଖର୍ଚ୍ଚ କରୁଛନ୍ତି। କେନ୍ଦ୍ର ଯୋଜନାରେ ଘରଖଣ୍ଡିଏ ପାଇବାକୁ ବହୁ ପରିବାର ଅନେକ ଦିନ ହେଲା ଅପେକ୍ଷା କରିଛନ୍ତି। ଦୁଃଖର କଥା ଆଦିବାସୀ ଓ ପଶ୍ଚିମ ଓଡ଼ିଶାର ଲୋକ ପ୍ରଭାବିତ ହୋଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। କୋଭିଡ୍‌ ଯୋଗୁ ଗରିବ ଲୋକମାନେ ବହୁତ କଷ୍ଟରେ ଅଛନ୍ତି। ଘରର ଛୋଟ ଛୋଟ ମରାମତି, ଏପରି କି ଘରେ ଚୂନ ଦେବାରେ ଅସୁବିଧା ହେଉଛି। ଏଥିପାଇଁ ରାଜ୍ୟ କ୍ୟାବିନେଟ ଐତିହାସିକ ନିଷ୍ପତ୍ତି ନେଇଛି। ଏଭଳି ନିଷ୍ପତ୍ତି ନେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ। ମୋ ସରକାର ଥିବା ଯାଏ ରାଜ୍ୟର ଭାଇଭଉଣୀଙ୍କୁ ହଇରାଣ ହେବାକୁ ଦେବି ନାହିଁ। ମୁଁ ଚାହେଁ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। କେନ୍ଦ୍ର ସରକାର ଆପଣମାନଙ୍କର ନ୍ୟାୟପୂର୍ଣ୍ଣ ଦାବି ଗ୍ରହଣ ନ କଲେ ମଧ୍ୟ ଚିନ୍ତା କରନ୍ତୁ ନାହିଁ। ରାଜ୍ୟ ସରକାର ଆପଣଙ୍କ ସାଥିରେ ଅଛନ୍ତି, ଘର ଦେବାକୁ ଆମେ ପଦକ୍ଷେପ ନେବୁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri