ଘର ମରାମତି ପାଇଁ ମିଳିବ ସହାୟତା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଘର ମରାମତି ପାଇଁ ରାଜ୍ୟ ସରକାର ସହାୟତା ଦେବେ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଗୃହ ମରାମତି ପାଇଁ ୩ ହଜାର ଟଙ୍କା ସହାୟତା ମିଳିବ। କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ୫ ହଜାର ଟଙ୍କା ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସହାୟତା ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ୩୦ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ୧,୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ। ବିଜୁ ପକ୍କାଘର ଯୋଜନାରୁ ଏହି ଟଙ୍କା ଖର୍ଚ୍ଚ ହେବ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଘର ହେଉଛି ଗୋଟିଏ ପରିବାରର ପରିଚୟ। ଭଲ ଘରଟିଏ ସମସ୍ତଙ୍କ ସ୍ବପ୍ନ। ଓଡ଼ିଶା ଉପରେ ସବୁବେଳେ ବାତ୍ୟା, ବନ୍ୟାର ଭୟ ରହୁଛି। ପ୍ରତିବର୍ଷ ଆମେ ବାତ୍ୟାର ସାମ୍ନା କରୁଛୁ। ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର। ସବୁ ପରିବାରର ମୁଣ୍ଡ ଉପରେ ଛାତ ରହିବା ବିଜୁବାବୁଙ୍କ ସ୍ବପ୍ନ ଥିଲା। ସେହି ସ୍ବପ୍ନକୁ ସାକାର କରିବା ପାଇଁ ଆମେ ବିଜୁ ପକ୍କାଘର ଯୋଜନା ଆରମ୍ଭ କରିଛୁ। ସବୁ କଚ୍ଚା ଘରକୁ ପକ୍କାଘର କରିବା ପାଇଁ ୨୦୧୪ର ଶେଷ କ୍ୟାବିନେଟରେ ନିଷ୍ପତ୍ତି ନେଇଥିଲୁ। ଏହି ଦିଗରେ ଭଲ କାମ ହୋଇଛି।
ଗ୍ରାମାଞ୍ଚଳରେ ଘର ତିଆରିରେ ଓଡ଼ିଶା ସାରା ଦେଶରେ ଏକ ଆଗୁଆ ରାଜ୍ୟରେ ପରିଣତ ହୋଇଛି। ୨୦୧୪ରୁ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଗୃହ ନିର୍ମାଣ ପାଇଁ ୨୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଗଁାର ଗରିବ ଲୋକଙ୍କୁ ପକ୍କାଘର ଖଣ୍ଡିଏ ଦେବା ପାଇଁ ନିଜ ପାଣ୍ଠିରୁ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ସହ ଖଣି ଅଞ୍ଚଳ ପକ୍କାଘର ଯୋଜନା କରିଛନ୍ତି। ଏଥିସହ କେନ୍ଦ୍ରର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ଏଥିପାଇଁ ରାଜ୍ୟ ସରକାର ଅଧା ଖର୍ଚ୍ଚ କରୁଛନ୍ତି। କେନ୍ଦ୍ର ଯୋଜନାରେ ଘରଖଣ୍ଡିଏ ପାଇବାକୁ ବହୁ ପରିବାର ଅନେକ ଦିନ ହେଲା ଅପେକ୍ଷା କରିଛନ୍ତି। ଦୁଃଖର କଥା ଆଦିବାସୀ ଓ ପଶ୍ଚିମ ଓଡ଼ିଶାର ଲୋକ ପ୍ରଭାବିତ ହୋଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। କୋଭିଡ୍‌ ଯୋଗୁ ଗରିବ ଲୋକମାନେ ବହୁତ କଷ୍ଟରେ ଅଛନ୍ତି। ଘରର ଛୋଟ ଛୋଟ ମରାମତି, ଏପରି କି ଘରେ ଚୂନ ଦେବାରେ ଅସୁବିଧା ହେଉଛି। ଏଥିପାଇଁ ରାଜ୍ୟ କ୍ୟାବିନେଟ ଐତିହାସିକ ନିଷ୍ପତ୍ତି ନେଇଛି। ଏଭଳି ନିଷ୍ପତ୍ତି ନେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ। ମୋ ସରକାର ଥିବା ଯାଏ ରାଜ୍ୟର ଭାଇଭଉଣୀଙ୍କୁ ହଇରାଣ ହେବାକୁ ଦେବି ନାହିଁ। ମୁଁ ଚାହେଁ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। କେନ୍ଦ୍ର ସରକାର ଆପଣମାନଙ୍କର ନ୍ୟାୟପୂର୍ଣ୍ଣ ଦାବି ଗ୍ରହଣ ନ କଲେ ମଧ୍ୟ ଚିନ୍ତା କରନ୍ତୁ ନାହିଁ। ରାଜ୍ୟ ସରକାର ଆପଣଙ୍କ ସାଥିରେ ଅଛନ୍ତି, ଘର ଦେବାକୁ ଆମେ ପଦକ୍ଷେପ ନେବୁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri