ରାଜ୍ୟ ସରକାର ଭଡ଼ାରେ ଆଣିବେ ୨ ଏୟାରକ୍ରାଫ୍ଟ

ଭୁବନେଶ୍ୱର, ୨୭।୧୨(ଅସମାପିକା ସାହୁ): ଇଣ୍ଟରନ୍ୟାଶନାଲ ହକି ଫେଡେରେଶନ ବା ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌(ମହିଳା ଓ ପୁରୁଷ) ୨୦୨୩-୨୪ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଓଡ଼ିଶାରେ ମଧ୍ୟ ଏହାର କେତେକ ଲିଗ୍‌ ଖେଳାଯିବ। ଏଥିପାଇଁ ସରକାର ଦୁଇଟି ଏୟାରକ୍ରାଫ୍ଟ ଭଡ଼ାରେ ଆଣିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଖେଳାଳି ଟିମ୍‌ ଏବଂ ଅଧିକାରୀଙ୍କ ଯିବା ଆସିବା ପାଇଁ ଏହି ଦୁଇଟି ଏୟାରକ୍ରାଫ୍ଟ ଫେବୃୟାରୀ ୧୦ରୁ ୧୭ତାରିଖ ମଧ୍ୟରେ ଭୁବନେଶ୍ୱରରୁ ରାଉରକେଲା ଏବଂ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାତ୍ରା କରିବ। ଏହି ଏୟାରକ୍ରାଫ୍ଟ ଭଡ଼ାରେ ଆଣିବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ କୋଟେଶନ ମାଗିଛନ୍ତି। ଯୋଗ୍ୟ ତଥା ଇଚ୍ଛୁକ ଏୟାରକ୍ରାଫ୍ଟ ଅପରେଟରମାନେ https:/tendersodisha.gov.in/nicgep/app ଏବଂ https://ct.odisha.gov.in/tenders ଓ୍ବେବ୍‌ସାଇଟ୍‌ରୁ କୋଟେଶନ ଫର୍ମ ଡାଉନଲୋଡ୍‌ କରି ଆବେଦନ କରିବା ପାଇଁ କୁହାଯାଇଛି। ଜାନୁୟାରୀ ୧୬ ଅପରାହ୍ନ ୩ଟା ମଧ୍ୟରେ ସମସ୍ତ ପ୍ରସ୍ତାବଗୁଡ଼ିକ ପହଞ୍ଚତ୍ବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri