ପିଏମ୍‌ ସୂର୍ଯ୍ୟଘର ପାଇଁ ସହାୟତା ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୧୧(ଅନିଲ ଦାସ):ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍‌ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି।
ନୂଆଦିଲ୍ଲୀର ଯଶୋଭୂମିଠାରେ ମଙ୍ଗଳବାର ଅନୁଷ୍ଠିତ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗଦେଇ ସେ କହିଛନ୍ତି ଯେ, ଓଡ଼ିଶା ୮୮୫୬ ମେଗାଓ୍ବାଟ ବିଦ୍ୟୁତ ଉତ୍ପାଦନ କରି ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିଛି। ୨୦୩୦ ସୁଦ୍ଧା ୧୫୬୦୩ ମେଗାଓ୍ବାଟ ଶକ୍ତି ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ସେଥିମଧ୍ୟରୁ ଅଧାରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ସରୁ ପ୍ରସ୍ତୁତ ହେବ। ୨୦୩୦ ସୁଦ୍ଧା ରାଜ୍ୟର ଅକ୍ଷୟ ଶକ୍ତି କ୍ଷମତା ୧୦,୦୦୦ ମେଗାୱାଟ୍‌ କରିବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଶକ୍ତି ସରଂକ୍ଷଣକୁ ପ୍ରାଥମିକତା ଦେଇ ଓଡ଼ିଶା ୧୦,୦୦୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପିଏସ୍‌ପି ପ୍ଲାଣ୍ଟ ପାଇଁ ଯୋଜନା କରୁଛି। ଏହି ପ୍ରକଳ୍ପଗୁଡିକୁ ଆର୍ଥିକ ଦୃଷ୍ଟିରୁ କାର୍ଯ୍ୟକ୍ଷମ କରିବା ପାଇଁ ବ୍ୟାଟେରି ଏନର୍ଜି ଷ୍ଟୋରେଜ ସିଷ୍ଟମ (ବିଏସ୍‌ଏସ୍‌) ଏବଂ ପିଏସ୍‌ପି ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସହାୟତା ବୃଦ୍ଧି କରିବାକୁ କେ.ଭି. କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଅଣ ପାରମ୍ପରିକ ଶକ୍ତି ପ୍ରକଳ୍ପଗୁଡ଼ିକୁ ଜାତୀୟ ଗ୍ରୀଡ୍‌ ସହିତ ସଂଯୋଗ କରିବା ପାଇଁ ଗ୍ରୀନ୍‌ ଏନର୍ଜି କରିଡରର ତୃତୀୟ ପର୍ଯ୍ୟାୟ ସକାଶେ କେନ୍ଦ୍ରୀୟ ସହାୟତା ଲୋଡିଛନ୍ତି। ସାରା ରାଜ୍ୟରେ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ ନିମନ୍ତେ ଆବଶ୍ୟକ ପ୍ରମୁଖ ପ୍ରକଳ୍ପଗୁଡ଼ିକର ତ୍ୱରିତ ପରିବେଶ ମଞ୍ଜୁରୀ ବିଷୟ ଉପରେ କେ.ଭି. ଆଲୋକପାତ କରିଥିଲେ। ଲୋ କାର୍ବନ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟୁତ ଉତ୍ପାଦନ ପାଇଁ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳତା ହ୍ରାସ ଏବଂ ଅକ୍ଷୟ ଶକ୍ତିର ବ୍ୟବହାର ବୃଦ୍ଧି କରିବାକୁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ। ଶକ୍ତି କ୍ଷେତ୍ରରେ ସଂସ୍କାର, ସୁଦୃଢ଼ ଭିତ୍ତିଭୂମି, ପ୍ରଗତିଶୀଳ ରଣନୀତି, ଅକ୍ଷୟ ଶକ୍ତି ବିକାଶ କ୍ଷେତ୍ରରେ ପୁଞ୍ଜି ବିନିଯୋଗରେ ଓଡ଼ିଶା ସମଗ୍ର ଭାରତର ଶକ୍ତି କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି।
ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାରେ ଓଡ଼ିଶାର ନେତୃତ୍ୱ ତଥା ଭାରତର ସବୁଜ ଶକ୍ତି ଲକ୍ଷ୍ୟକୁ ନେଇ ଅଗ୍ରଗତି କରୁଥିବା ବେଳେ ଏହାର ଶକ୍ତି ଭିତ୍ତିଭୂମି ଆଧୁନିକୀକରଣ ପାଇଁ ପ୍ରତିବଦ୍ଧତା ଉପରେ ସିଂଦେଓ ଆଲୋକପାତ କରିଛନ୍ତି। ବିଦ୍ୟୁତ ବିତରଣରେ ପବ୍ଲିକ-ପ୍ରାଇଭେଟ ପାର୍ଟନରଶିପ୍‌ (ପିପିପି) ମଡେଲଗୁଡ଼ିକର ସଫଳ ରୂପାୟନ ରାଜ୍ୟର ୪ଟି ବିଦ୍ୟୁତ ବିତରଣ କମ୍ପାନୀଙ୍କ କାର୍ଯ୍ୟଦକ୍ଷତା ଓ ଆର୍ଥିକ କ୍ଷମତାକୁ ସୁଦୃଢ଼ କରିଛି। ପୁନରୁଦ୍ଧାର ବିତରଣ କ୍ଷେତ୍ର ଯୋଜନା (ଆରଡିଏସ୍‌ଏସ୍‌) ଅନ୍ତର୍ଗତ ୩୦୬୯ କୋଟି ଟଙ୍କାର ପ୍ରାକୃତିକ ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ଦ୍ୱାରା ବିଚାରାଧୀନ ରହିଛି ବୋଲି ସିଂଦେଓ କହିଛନ୍ତି। ଏହ ସମ୍ମିଳନୀରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ମଧ୍ୟ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri