‘୧୦୯’ ଶବବାହନ ସେବା: ଖୁବ୍‌ଶୀଘ୍ର ରାଜ୍ୟବାସୀଙ୍କ ପାଇଁ ଆରମ୍ଭ କରିବେ…

ଭୁବନେଶ୍ୱର,୨୭ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ଚୂଡ଼ାନ୍ତ ରୂପରେଖ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।

ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ସ୍ମିତା ବିଶ୍ୱାଳ ଚଳିତ ମାସ ୨୪ରେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ଅର୍ଥ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ସେ ପତ୍ରରେ ଦର୍ଶାଇଛନ୍ତି ଯେ, ବିଭାଗ ପକ୍ଷରୁ ମାଗଣା ଶବବାହନ ସେବା ଲାଗି ଏକ ଚିଠା ମାର୍ଗଦର୍ଶିକା ପ୍ରସ୍ତୁତ ହେବାକୁ ଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ବିଭାଗର ସମନ୍ବୟରେ ଏହାର ନୀତି ନିର୍ଦ୍ଧାରଣ କରାଯିବ। ସେଥିଲାଗି ବୈଠକରେ ଉପସ୍ଥିତ ରହିବାକୁ ସେ ପତ୍ରରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri