ବିହାର ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ନେଇ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ଆରମ୍ଭ କରିଛି। ବିହାରରୁ ନକଲି ଔଷଧ ଆସିଥିବାରୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ବିହାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରତ୍ୟୟ ଅମ୍ରିତଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଶାରେ ଧରାପଡ଼ିଥିବା ନକଲି ଔଷଧ ଟେଲ୍‌ମା-୪୦, ଟେଲ୍‌ମା-ଏମ୍‌ ବିହାରର ଗୟାରୁ ଗ୍ଲେନ୍‌ମାର୍କ କମ୍ପାନୀର ଫ୍ୟାକ୍ଟ୍ରିରୁ ଆସୁଛି। ବିହାର ଡ୍ରଗ କଣ୍ଟ୍ରୋଲରଙ୍କୁ ଆମେ ଏ ସମ୍ପର୍କରେ ଅବଗତ କରାଇଥିଲେ ମଧ୍ୟ ଏ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ଉତ୍ତର ଆସିଲା ନାହିଁ। ଏବେ ଏହାର ତଦନ୍ତ କରିବା ପାଇଁ ରାଜ୍ୟ ସରକାର ଏକ ଟିମ୍‌ ଗଠନ କରିଛନ୍ତି। ଏଥିରେ ଆସିଷ୍ଟାଣ୍ଟ ଡ୍ରଗ କଣ୍ଟ୍ରୋଲରଙ୍କ ସମେତ ଦୁଇଜଣ ପୋଲିସ ଅଫିସର ଅଛନ୍ତି। ଏହି ଟିମ୍‌ ନକଲି ଔଷଧ କାରବାରର ତଦନ୍ତ କରିବା ପାଇଁ ବିହାର ଯାଇଛି। ତେଣୁ ଟିମ୍‌ ସଦସ୍ୟଙ୍କୁ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ବିହାରର ସ୍ବାସ୍ଥ୍ୟ ସଚିବଙ୍କୁ ଓଡ଼ିଶା ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ କିଛିଦିନ ତଳେ ଭୁବନେଶ୍ୱର, କଟକ, ରାଉରକେଲା ଭଳି ବିଭିନ୍ନ ସ୍ଥାନରେ ନକଲି ଔଷଧ ବିକ୍ରି ନେଇ ଅଭିଯୋଗ ହୋଇଥିଲା। ଏହାପରେ ସ୍ବାସ୍ଥ୍ୟ ବିଭାଗ ବିଭିନ୍ନ ସ୍ଥାନରେ ଅଚାନକ ଚଢ଼ାଉ କରିଥିଲା। ତଦନ୍ତ ସମୟରେ ଅନେକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଥିଲା। ଏପରିକି ନାମୀ କମ୍ପାନୀର ଔଷଧକୁ ନକଲି କରି ବିକ୍ରି କରାଯାଉଥିଲା। ଯାହାକୁ ଆଧାର କରି କଟକର ଦୁଇଜଣ ହୋଲସେଲରଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଅଧିକ ପଚରାଉଚରା ମଧ୍ୟ କରାଯାଉଛି। ଏହି ଘଟଣାରେ ଆଉ କିଏ ସାମିଲ ଅଛନ୍ତି, ସେ ଦିଗରେ ମଧ୍ୟ ତଦନ୍ତ ଚାଲିଛି। ଅନ୍ୟପଟେ ଜବତ ହୋଇଥିବା ଔଷଧର ପରୀକ୍ଷା ପରେ ତାହା ନକଲି ବୋଲି ମଧ୍ୟ ପ୍ରମାଣିତ ହେବାପର ଏହାର ବ୍ୟବହାର ଏବଂ ବିକ୍ରିକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷେଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?