ଶ୍ରୀମନ୍ଦିର ପରିଚାଳନା କମିଟିକୁ ଜମି କିଣାବିକା କ୍ଷମତା ପ୍ରଦାନ ବିରୋଧରେ ମାମଲା: ସମୟ ନେଲେ ରାଜ୍ୟ ସରକାର

କଟକ,୨୪ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରାଜ୍ୟ ସରକାର ନୂତନ ଆଇନ ବଳରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କ୍ଷମତା ପ୍ରଦାନ କରିଛନ୍ତି। ଏହାକୁ ବିରୋଧ କରି ଆଗତ ମାମଲାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଶୁଣାଣି କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ରାଜ୍ୟ ସରକାର ସତ୍ୟପାଠରେ ତଥ୍ୟ ଦାଖଲ କରି ନ ଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହାଇକୋର୍ଟ ଏନେଇ ଜବାବ ତଲବ କରିବାରୁ ଆଉ କିଛି ସମୟ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ହାଇକୋର୍ଟ ଅଧିକ ଦିନ ସମୟ ମଞ୍ଜୁର କରି ସବିଶେଷ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଶ୍ରୀମନ୍ଦିର ଆଇନ୍‌ରେ ରହିଛି ରାଜ୍ୟ ସରକାରଙ୍କ ଅନୁମତି ବିନା ଶ୍ରୀମନ୍ଦିର ପରିଚାଳନା କମିଟି ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କରିପାରିବ ନାହିଁ। ହେଲେ ରାଜ୍ୟ ସରକାର ୨୦୨୨ କରୋନା ମହାମାରୀ ସମୟରେ ଉକ୍ତ ଆଇନ୍‌ରେ ସଂଶୋଧନ କରାଇଛନ୍ତି। ସଂଶୋଧିତ ଆଇନ ଅନୁସାରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା ପାଇଁ ଆଉ ରାଜ୍ୟ ସରକାରଙ୍କ ଅନୁମତି ଆବଶ୍ୟକ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିକୁ ଏନେଇ କ୍ଷମତା ପ୍ରଦାନ କରାଯାଇଛି। ଉକ୍ତ କମିଟି ନୂତନ କ୍ଷମତା ବଳରେ ଜମି କିଣାବିକା କାର୍ଯ୍ୟ କରିପାରିବ। ଏହି ସଂଶୋଧିତ ଆଇନ୍‌ ବିରୋଧରେ ସାମାଜିକ କର୍ମୀ ଦିଲ୍ଲୀପ ବରାଳ ହାଇକୋର୍ଟରେ ଏହି ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ହାଇକୋର୍ଟ ୨୦୨୨ ମାର୍ଚ୍ଚ ୧୫ରେ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ନୂତନ ଆଇନ କାର୍ଯ୍ୟକାରୀ ହେବା ପରଠାରୁ କ’ଣ ସବୁ ଜମି କେଉଁ କେଉଁଠାରେ କିଣାବିକା ହୋଇଛି ତାହାର ଏକ ତାଲିକା ସତ୍ୟପାଠ ଆକାରରେ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ରାଜ୍ୟ ସରକାର ସେଭଳି ତଥ୍ୟ ପ୍ରଦାନ କରି ନ ଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ବୁଧବାର ହାଇକୋର୍ଟରେ ଉପସ୍ଥାପନ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri