ଶ୍ରୀମନ୍ଦିର ପରିଚାଳନା କମିଟିକୁ ଜମି କିଣାବିକା କ୍ଷମତା ପ୍ରଦାନ ବିରୋଧରେ ମାମଲା: ସମୟ ନେଲେ ରାଜ୍ୟ ସରକାର

କଟକ,୨୪ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରାଜ୍ୟ ସରକାର ନୂତନ ଆଇନ ବଳରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କ୍ଷମତା ପ୍ରଦାନ କରିଛନ୍ତି। ଏହାକୁ ବିରୋଧ କରି ଆଗତ ମାମଲାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଶୁଣାଣି କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ରାଜ୍ୟ ସରକାର ସତ୍ୟପାଠରେ ତଥ୍ୟ ଦାଖଲ କରି ନ ଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହାଇକୋର୍ଟ ଏନେଇ ଜବାବ ତଲବ କରିବାରୁ ଆଉ କିଛି ସମୟ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ହାଇକୋର୍ଟ ଅଧିକ ଦିନ ସମୟ ମଞ୍ଜୁର କରି ସବିଶେଷ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଶ୍ରୀମନ୍ଦିର ଆଇନ୍‌ରେ ରହିଛି ରାଜ୍ୟ ସରକାରଙ୍କ ଅନୁମତି ବିନା ଶ୍ରୀମନ୍ଦିର ପରିଚାଳନା କମିଟି ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କରିପାରିବ ନାହିଁ। ହେଲେ ରାଜ୍ୟ ସରକାର ୨୦୨୨ କରୋନା ମହାମାରୀ ସମୟରେ ଉକ୍ତ ଆଇନ୍‌ରେ ସଂଶୋଧନ କରାଇଛନ୍ତି। ସଂଶୋଧିତ ଆଇନ ଅନୁସାରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା ପାଇଁ ଆଉ ରାଜ୍ୟ ସରକାରଙ୍କ ଅନୁମତି ଆବଶ୍ୟକ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିକୁ ଏନେଇ କ୍ଷମତା ପ୍ରଦାନ କରାଯାଇଛି। ଉକ୍ତ କମିଟି ନୂତନ କ୍ଷମତା ବଳରେ ଜମି କିଣାବିକା କାର୍ଯ୍ୟ କରିପାରିବ। ଏହି ସଂଶୋଧିତ ଆଇନ୍‌ ବିରୋଧରେ ସାମାଜିକ କର୍ମୀ ଦିଲ୍ଲୀପ ବରାଳ ହାଇକୋର୍ଟରେ ଏହି ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ହାଇକୋର୍ଟ ୨୦୨୨ ମାର୍ଚ୍ଚ ୧୫ରେ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ନୂତନ ଆଇନ କାର୍ଯ୍ୟକାରୀ ହେବା ପରଠାରୁ କ’ଣ ସବୁ ଜମି କେଉଁ କେଉଁଠାରେ କିଣାବିକା ହୋଇଛି ତାହାର ଏକ ତାଲିକା ସତ୍ୟପାଠ ଆକାରରେ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ରାଜ୍ୟ ସରକାର ସେଭଳି ତଥ୍ୟ ପ୍ରଦାନ କରି ନ ଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ବୁଧବାର ହାଇକୋର୍ଟରେ ଉପସ୍ଥାପନ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?