ସର୍ବଶ୍ରେଷ୍ଠ ଆଇଟିଆଇରେ ରାଜ୍ୟର ୬

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଆଇଟିଆଇ, ପଲିଟେକ୍‌ନିକ୍‌ରେ ନାମଲେଖା ପାଇଁ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି। ସୋମବାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଲେ, ୨୦୨୧-୨୨ ବର୍ଷ ପାଇଁ ଆଇଟିଆଇ ଓ ପଲିଟେକ୍ନିକ୍‌ରେ ନାମ ଲେଖାଇବାକୁ ୧୮,୨୫୮ଜଣ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ଆବେଦନ କରିଛନ୍ତି। ଦେଶର ସର୍ବଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ରାଜ୍ୟର ୬ଟି ଆଇଟିଆଇ ସ୍ଥାନ ପାଇଛି। ୨୦୨୦ ସର୍ବଭାରତୀୟ ଆଇଟିଆଇ ପରୀକ୍ଷା ମେଧା ତାଲିକାରେ ରାଜ୍ୟର ୪ ଜଣ ପ୍ରଶିକ୍ଷାର୍ଥୀ ସମଗ୍ର ଦେଶର ଶ୍ରେଷ୍ଠ୧୦ ଜଣଙ୍କ ମଧ୍ୟରେ ସ୍ଥାନ ପାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସୁଦକ୍ଷା, ପ୍ରେରଣା ଓ ନିର୍ମାଣ ଶ୍ରମିକ ଯୋଜନାରେ ସମାଜର ବିଭିନ୍ନ ବର୍ଗର ଛାତ୍ରୀଛାତ୍ରଙ୍କୁ ସୁଯୋଗ ଦିଆଯାଉଛି। ରାଜ୍ୟ ସରକାର ଦକ୍ଷତା ବିକାଶ ମାଧ୍ୟମରେ ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ପ୍ରୟାସ କରିଛନ୍ତି। ଆଧୁନିକ ଯନ୍ତ୍ରପାତି ବିଶିଷ୍ଟ କର୍ମଶାଳା, ତାଲିମପ୍ରାପ୍ତ ପ୍ରଶିକ୍ଷକ ଏବଂ ଆବାସିକ ସୁବିଧା ରହିଛି। ତେଣୁ ସମସ୍ତ ଅଭିଭାବକ, ହାଇସ୍କୁଲର ଶିକ୍ଷୟିତ୍ରୀଶିକ୍ଷକ ଓ ବୁଦ୍ଧିଜୀବୀ ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଆଇଟିଆଇ ଶିକ୍ଷା ପ୍ରତି ମାର୍ଗଦର୍ଶନ କରନ୍ତୁ। ଯୁବଗୋଷ୍ଠୀ ରାଜ୍ୟ ସରକାରଙ୍କ ଏହି ଅଭିନବ ପ୍ରୟାସରେ ଭରପୂର ସୁଯୋଗ ନେଇ କୁଶଳତାପୂର୍ବକ ନିଜକୁ ମୁଖ୍ୟ କର୍ମସ୍ରୋତରେ ସାମିଲ ହେବାକୁ ମନ୍ତ୍ରୀ ଆହ୍ବାନ ନେଇଛନ୍ତି।
କାର୍ଯ୍ୟକ୍ରମରେ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ରେଘୁ ଜୀ. ସ୍ବାଗତ ଭାଷଣ ଦେଇଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟର ଆଇଟିଆଇ ପ୍ରିନ୍ସିପାଲ ଏବଂ ଓଡ଼ିଶା ଘରୋଇ ଇଞ୍ଜିିନିୟରିଂ ସ୍କୁଲ ସଙ୍ଗଠନର ପ୍ରତିନିଧିମାନେ ଏହି ପ୍ରଚାର ଅଭିଯାନରେ ସାମିଲ ହୋଇ ଜନସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଉପସ୍ଥିତ ଅତିଥିମାନେ ପ୍ରଚାର ଅଭିଯାନ, ଅଡିଓ ଭିଜୁଆଲ କ୍ଲିପ୍‌ ଓ ପୁସ୍ତକ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା, ଯୁଗ୍ମ ସଚିବ ଅଜୟ ନାୟକ ଓ ଗୌରହରି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri