ସର୍ବଶ୍ରେଷ୍ଠ ଆଇଟିଆଇରେ ରାଜ୍ୟର ୬

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଆଇଟିଆଇ, ପଲିଟେକ୍‌ନିକ୍‌ରେ ନାମଲେଖା ପାଇଁ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି। ସୋମବାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଲେ, ୨୦୨୧-୨୨ ବର୍ଷ ପାଇଁ ଆଇଟିଆଇ ଓ ପଲିଟେକ୍ନିକ୍‌ରେ ନାମ ଲେଖାଇବାକୁ ୧୮,୨୫୮ଜଣ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ଆବେଦନ କରିଛନ୍ତି। ଦେଶର ସର୍ବଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ରାଜ୍ୟର ୬ଟି ଆଇଟିଆଇ ସ୍ଥାନ ପାଇଛି। ୨୦୨୦ ସର୍ବଭାରତୀୟ ଆଇଟିଆଇ ପରୀକ୍ଷା ମେଧା ତାଲିକାରେ ରାଜ୍ୟର ୪ ଜଣ ପ୍ରଶିକ୍ଷାର୍ଥୀ ସମଗ୍ର ଦେଶର ଶ୍ରେଷ୍ଠ୧୦ ଜଣଙ୍କ ମଧ୍ୟରେ ସ୍ଥାନ ପାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସୁଦକ୍ଷା, ପ୍ରେରଣା ଓ ନିର୍ମାଣ ଶ୍ରମିକ ଯୋଜନାରେ ସମାଜର ବିଭିନ୍ନ ବର୍ଗର ଛାତ୍ରୀଛାତ୍ରଙ୍କୁ ସୁଯୋଗ ଦିଆଯାଉଛି। ରାଜ୍ୟ ସରକାର ଦକ୍ଷତା ବିକାଶ ମାଧ୍ୟମରେ ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ପ୍ରୟାସ କରିଛନ୍ତି। ଆଧୁନିକ ଯନ୍ତ୍ରପାତି ବିଶିଷ୍ଟ କର୍ମଶାଳା, ତାଲିମପ୍ରାପ୍ତ ପ୍ରଶିକ୍ଷକ ଏବଂ ଆବାସିକ ସୁବିଧା ରହିଛି। ତେଣୁ ସମସ୍ତ ଅଭିଭାବକ, ହାଇସ୍କୁଲର ଶିକ୍ଷୟିତ୍ରୀଶିକ୍ଷକ ଓ ବୁଦ୍ଧିଜୀବୀ ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଆଇଟିଆଇ ଶିକ୍ଷା ପ୍ରତି ମାର୍ଗଦର୍ଶନ କରନ୍ତୁ। ଯୁବଗୋଷ୍ଠୀ ରାଜ୍ୟ ସରକାରଙ୍କ ଏହି ଅଭିନବ ପ୍ରୟାସରେ ଭରପୂର ସୁଯୋଗ ନେଇ କୁଶଳତାପୂର୍ବକ ନିଜକୁ ମୁଖ୍ୟ କର୍ମସ୍ରୋତରେ ସାମିଲ ହେବାକୁ ମନ୍ତ୍ରୀ ଆହ୍ବାନ ନେଇଛନ୍ତି।
କାର୍ଯ୍ୟକ୍ରମରେ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ରେଘୁ ଜୀ. ସ୍ବାଗତ ଭାଷଣ ଦେଇଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟର ଆଇଟିଆଇ ପ୍ରିନ୍ସିପାଲ ଏବଂ ଓଡ଼ିଶା ଘରୋଇ ଇଞ୍ଜିିନିୟରିଂ ସ୍କୁଲ ସଙ୍ଗଠନର ପ୍ରତିନିଧିମାନେ ଏହି ପ୍ରଚାର ଅଭିଯାନରେ ସାମିଲ ହୋଇ ଜନସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଉପସ୍ଥିତ ଅତିଥିମାନେ ପ୍ରଚାର ଅଭିଯାନ, ଅଡିଓ ଭିଜୁଆଲ କ୍ଲିପ୍‌ ଓ ପୁସ୍ତକ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା, ଯୁଗ୍ମ ସଚିବ ଅଜୟ ନାୟକ ଓ ଗୌରହରି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?