ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ବର୍ଷାର ନାଁ ଗନ୍ଧ ନାହିଁ। ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ୨୬ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୩୫% କମ୍‌ ବର୍ଷା ହୋଇଛି। କେବଳ ନୟାଗଡ଼ ଏବଂ ନୂଆପଡ଼ା ଜିଲାକୁ ବାଦ୍‌ଦେଲେ ରାଜ୍ୟର ୨୮ ଜିଲାରେ ନିଅଣ୍ଟିଆ ପରିସ୍ଥିତି ରହିଛି। ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ୍‌ ୧ରୁ ଏ ପର୍ଯ୍ୟନ୍ତ ପୁରୀରେ ସ୍ବାଭାବିକଠାରୁ ୮୫ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ ୬୫, ଭଦ୍ରକ ୫୪, କେନ୍ଦ୍ରାପଡ଼ା ୬୮, ନବରଙ୍ଗପୁର ୫୦, କୋରାପୁଟ ୫୨, ବୌଦ୍ଧ ୪୧, ଗଜପତି ୫୦, ଜଗତ୍‌ସିଂହପୁର ୫୨, ଝାରସୁଗୁଡ଼ାରେ ୪୪, ଭଦ୍ରକ ୫୪, ବଲାଙ୍ଗୀର ଜିଲାରେ ୪୭ ପ୍ରତିଶତ କମ୍‌ ବର୍ଷା ହୋଇଛି।
ଚଳିତ ବର୍ଷ କେରଳକୁ ମେ’ ୨୯ରେ ଅର୍ଥାତ୍‌ ସ୍ବାଭାବିକର ୩ ଦିନ ପୂର୍ବରୁ ମୌସୁମୀ ପ୍ରବେଶ କରିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଗଲା। ହେଲେ ପାଗ ଅନୁକୂଳ ନ ହେବାରୁ ମଧ୍ୟ ଭାରତ ଓ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକରେ ମୌସୁମୀ ପ୍ରବେଶ ନେଇ ବିଳମ୍ବ ହୋଇଛି। ଯଦିଓ ଓଡ଼ିଶାକୁ ଏହା ପ୍ରବେଶ କରିଛି ତେବେ ଆରବସାଗର କିମ୍ବା ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଆସୁ ନ ଥିବାରୁ ମୌସୁମୀ ବର୍ଷା ହେଉନାହିଁ। ଗତ ସପ୍ତାହେ ହେବ କେଉଁଠି କାଁ ଭାଁ ବର୍ଷା ହେଉଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୯ ରୁ ଜୁଲାଇ ୨ ତାରିଖ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଏବଂ ଜୁଲାଇ ୧ରେ ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri