ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ବର୍ଷାର ନାଁ ଗନ୍ଧ ନାହିଁ। ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ୨୬ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୩୫% କମ୍‌ ବର୍ଷା ହୋଇଛି। କେବଳ ନୟାଗଡ଼ ଏବଂ ନୂଆପଡ଼ା ଜିଲାକୁ ବାଦ୍‌ଦେଲେ ରାଜ୍ୟର ୨୮ ଜିଲାରେ ନିଅଣ୍ଟିଆ ପରିସ୍ଥିତି ରହିଛି। ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ୍‌ ୧ରୁ ଏ ପର୍ଯ୍ୟନ୍ତ ପୁରୀରେ ସ୍ବାଭାବିକଠାରୁ ୮୫ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ ୬୫, ଭଦ୍ରକ ୫୪, କେନ୍ଦ୍ରାପଡ଼ା ୬୮, ନବରଙ୍ଗପୁର ୫୦, କୋରାପୁଟ ୫୨, ବୌଦ୍ଧ ୪୧, ଗଜପତି ୫୦, ଜଗତ୍‌ସିଂହପୁର ୫୨, ଝାରସୁଗୁଡ଼ାରେ ୪୪, ଭଦ୍ରକ ୫୪, ବଲାଙ୍ଗୀର ଜିଲାରେ ୪୭ ପ୍ରତିଶତ କମ୍‌ ବର୍ଷା ହୋଇଛି।
ଚଳିତ ବର୍ଷ କେରଳକୁ ମେ’ ୨୯ରେ ଅର୍ଥାତ୍‌ ସ୍ବାଭାବିକର ୩ ଦିନ ପୂର୍ବରୁ ମୌସୁମୀ ପ୍ରବେଶ କରିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଗଲା। ହେଲେ ପାଗ ଅନୁକୂଳ ନ ହେବାରୁ ମଧ୍ୟ ଭାରତ ଓ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକରେ ମୌସୁମୀ ପ୍ରବେଶ ନେଇ ବିଳମ୍ବ ହୋଇଛି। ଯଦିଓ ଓଡ଼ିଶାକୁ ଏହା ପ୍ରବେଶ କରିଛି ତେବେ ଆରବସାଗର କିମ୍ବା ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଆସୁ ନ ଥିବାରୁ ମୌସୁମୀ ବର୍ଷା ହେଉନାହିଁ। ଗତ ସପ୍ତାହେ ହେବ କେଉଁଠି କାଁ ଭାଁ ବର୍ଷା ହେଉଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୯ ରୁ ଜୁଲାଇ ୨ ତାରିଖ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଏବଂ ଜୁଲାଇ ୧ରେ ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri