ରାଜ୍ୟରେ ବଢୁଛି ଶୀତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ପାରଦ କମିବା ସହିତ ଶୀତ ଫେରିଛି। ଦିନ ଏବଂ ରାତିର ତାପମାତ୍ରା ହ୍ରାସ ପାଉଥିବା ବେଳେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। କନ୍ଧମାଳର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ୮ଟି ସହରର ତାପମାତ୍ରା ୧୫ ଡିଗ୍ରୀରୁ କମ୍‌ ରହିଥିବା ଜଣାପଡିଛି।

ଆଗାମୀ ୩ ରୁ ୪ ଦିନ ମଧ୍ୟରେ ତାପମାତ୍ରା ଆହୁରି ହ୍ରାସ ହେବାକୁ ଥିବା ବେଳେ ଶୀତର ପ୍ରକୋପ ଆହୁରି ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ କୁହୁଡି ଦେଖିବାକୁ ମିଳିବ ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି।