ରାଜ୍ୟରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଘଡ଼ଘଡ଼ି ସାଙ୍ଗକୁ ପବନର ସୁ ସୁ ଗର୍ଜନ ଖଣ୍ଡମଣ୍ଡଳକୁ କମ୍ପାଇଦେଲା। ନିମିଷକ ମଧ୍ୟରେ ବାତ୍ୟାର ଭ୍ରମ ସୃଷ୍ଟି କଲା। ଚାହୁଁ ଚାହଁୁ ଚାରିଆଡ଼େ ଧୂଳିଝଡ଼ ସହ ବର୍ଷା ଓ ପବନ ଘୋଟିଗଲା। ମଙ୍ଗଳବାର ପାହାନ୍ତାରେ ରାଜଧାନୀ ଭୁବନେଶ୍ୱରରେ କାଳମବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଥିଲା। ବଡ଼ିଭୋରୁ ମାଡ଼ିଆସିଲା କାଳବୈଶାଖୀ ଝଡ଼। ଠପ୍‌ ହୋଇଗଲା ବିଜୁଳି। ଏକ ଘଣ୍ଟା କାଳ ପବନ, ବର୍ଷାରେ ସହର ବେହାଲ ହୋଇଥିଲା। ଗଛ ଡାଳ ଭାଙ୍ଗିବା ସହ ବର୍ଷା ସହରର ତାତିକୁ ତଳମୁହାଁ କରିଥିଲା। କେବଳ ଭୁବନେଶ୍ୱର ନୁହେଁ, ଅଧା ରାଜ୍ୟ ଝଡ଼ବର୍ଷାରେ ଭିଜିଯାଇଛି। କଟକ, ଅନୁଗୋଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କୋରାପୁଟ, ସୋନପୁର, ବୌଦ୍ଧ, ଯାଜପୁର, ଗଜପତି, ଦେବଗଡ଼ ଆଦି ଜିଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କେତେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିବା ସାଙ୍ଗକୁ ପ୍ରବଳ ବର୍ଷା ହୋଇଥିଲା। ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୧୦୦ କି.ମି. ଥିବା ଅନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଢେଙ୍କାନାଳରେ ୬୭.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୧.୪. ଭୁବନେଶ୍ୱର ୧୬.୮, ଅନୁଗୋଳ ୨୦, ଝାରସୁଗୁଡ଼ା ୨୭, ତାଳଚେର ୪୨, କୋରାପୁଟ ୧୪.୬, ବୌଦ୍ଧ ୩୨, ପାରଳାଖେମୁଣ୍ଡି ୨୭.୮, ଯାଜପୁରରେ ୨୮.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ ତାତି ହ୍ରାସ ପାଇଛି। ରାଜ୍ୟର ଅଧିକାଂଶ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ତେବେ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ। ଆସନ୍ତା ୨୮ ତାରିଖରୁ ରାଜ୍ୟରେ ପୁଣି ତାତି ବଢ଼ିବା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri