ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍‌ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ ଅବାଧ ବାଲି ଚୋରି ହେଉଛି।ଏହି ବାଲି ଚୋରି ଯୋଗୁ ରାଜ୍ୟ ସରକାର ପ୍ରତିବର୍ଷ ପାଖାପାଖି ୧୪ ହଜାର କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ନଦୀ ସୁରକ୍ଷା କମିଟିର ଅଭିଯୋଗ ଅନୁଯାୟୀ, ରାଜ୍ୟରେ ବେଧଡ଼କ ବେଆଇନ ବାଲି ଉଠାଣ ହେଉଛି। ମୁଖ୍ୟତଃ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଋଷିକୁଲ୍ୟା ଆଦି ରାଜ୍ୟର ୧୧ଟି ପ୍ରମୁଖ ନଦୀରେ ଚୋରା ବାଲି ଚାଲାଣ ବଢ଼ିଚାଲିଛି। ଫଳରେ ନଦୀ ବନ୍ଧଗୁଡ଼ିକ ଅସୁରକ୍ଷିତ ଓ ଦୁର୍ବଳ ହୋଇପଡୁଛି। ନଦୀକୂଳରେ ବାସ କରୁଥିବା ଗାଁର ସାଧାରଣ ଲୋକଙ୍କ ଜନଜୀବନ ପ୍ରଭାବିତ ହେଉଛି। ପରିବେଶ ବିପର୍ଯ୍ୟସ୍ତ ହେଉଛି। ବିନା ଲାଇସେନ୍ସରେ ବାଲି ଉଠୁଥିବାରୁ ରାଜ୍ୟର ରାଜସ୍ବ ହାନୀ ମଧ୍ୟ ହେଉଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଏନେଇ ବାରମ୍ବାର ରାଜ୍ୟ ସରକାରଙ୍କୁ ତାଗିଦ କରିଥିବାବେଳେ ଆଇନ ଖିଲାପକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ତରଫରୁ ଦାବି କରାଯାଇଛି। ଶାସକ ଦଳର ମନ୍ତ୍ରୀ ଓ ନେତାଙ୍କ ସମ୍ପୃକ୍ତି ରହୁଥିବାରୁ ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ତେଣୁ ସୋମବାର ଭାଜପା ନଦୀ ସୁରକ୍ଷା କମିଟି (ନମାମି ଗଙ୍ଗେ) ତରଫରୁ ସଂଯୋଜକ ମହେଶ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେବା ସହ ବିହୀତ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri