Posted inରାଜ୍ୟ

ନୂଆ ଭାରିଆଣ୍ଟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ବିଏଫ୍‌.୭କୁ ନେଇ ସବୁଠି ଚିନ୍ତାଜନକ ପରିସ୍ଥିତି ଦେଖାଦେଇଛି। ଏ ପରିସ୍ଥିତିରେ ଲୋକେ ଭୟଭୀତ ହେଲା ଭଳି ମନ୍ତବ୍ୟ ନ ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ରାଜ୍ୟବାସୀଙ୍କୁ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇ କହିଛନ୍ତି, ଏହି ଭାରିଆଣ୍ଟ ଦୁଇବର୍ଷ ହେବ ଅଛି। ଯେହେତୁ ଏହା ଚାଇନାରେ ବଢ଼ୁଛି, ତେଣୁ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି। ଯଦିଓ ଏହାର ସଂକ୍ରମଣ କ୍ଷମତା ଅଧିକ ଅଛି, କିନ୍ତୁ ଏହାର ଫାଟାଲିଟି ଓ ମୋଟାଲିଟି ବିଶେଷ ନାହିଁ। ତେଣୁ ଲୋକଙ୍କୁ ଭୟଭୀତ କଲା ଭଳି ମନ୍ତବ୍ୟ ଦିଅନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଗତ ୪ଟି ଲହର ପାଇଁ ଆମର ରୋଗ ପ୍ରତିରୋଧକ ଶକ୍ତି ଅଧିକ ଅଛି। ତେଣୁ ଏହା ଅଧିକ ସଂକ୍ରମିତ କରିପାରିବ ନାହିଁ। ୩ ମାସରୁ ଅଧିକ ହେଲାଣି ରାଜ୍ୟରେ ପଜିଟିଭ ରେଟ୍‌ ବଢ଼ିନାହିଁ। ହସ୍ପିଟାଲରେ ମଧ୍ୟ ରୋଗୀ ଅଧିକ ନାହାନ୍ତି। ଆଗକୁ ଯଦି ସଂକ୍ରମଣ ଆସେ, କିପରି ମୁକାବିଲା କରାଯିବ ସେନେଇ ଆମେ ପ୍ରସ୍ତୁତ ହୋଇଛୁ। ସର୍ଭେଲାନ୍ସକୁ ଜୋରଦାର୍‌ କରାଯିବ। ଯାହା ଦେହରେ ଲକ୍ଷଣ ଅଛି ତୁରନ୍ତ ଟେଷ୍ଟ କରାନ୍ତୁ। ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ମଜଭୁତ ଅଛି। ବର୍ତ୍ତମାନ ରୋଗୀ ନ ଥିଲେ ମଧ୍ୟ ବେଡ୍‌ ମହଜୁଦ ରଖାଯାଇଛି। ଦରକାର ପଡ଼ିଲେ ବେଡ୍‌ ବଢ଼ାଯିବ। ରାଜ୍ୟରେ ନୂଆ ଭାରିଆଣ୍ଟର ମୁକାବିଲା ପାଇଁ ସମସ୍ତ ବ୍ୟବସ୍ଥା ରହିଛି। କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ ୨୭ ତାରିଖରେ ମକ୍‌ ଡ୍ରିଲ୍‌ କରାଯିବ। ସରକାର ସବୁବେଳେ ରୋଗୀଙ୍କୁ ଉଚିତ ଚିକିତ୍ସା ଦେବାକୁ ପ୍ରତିଶ୍ରୁତିବଦ୍ଧ। ପୂର୍ବ ଲହର ପରି ଏଥର ମଧ୍ୟ ଯଦି ସଂକ୍ରମଣ ବଢ଼େ, ରାଜ୍ୟ ସରକାର ଚିକିତ୍ସା ଦାୟିତ୍ୱ ନେବେ। ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଓଡ଼ିଶାକୁ ସିଧାସଳଖ ଭାବରେ ଅନ୍ତର୍ଜାତୀୟ ବିମାନ ଆସୁନାହିଁ। ତେଣୁ ଯଦି କିଏ ଆସୁଛି ଗାଇଡ୍‌ଲାଇନ ହିସାବରେ ଟେଷ୍ଟ କରାଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri