ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି: ନରସିଂହ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଓଡ଼ିଶାରେ ଚାଷୀଙ୍କ ବାର୍ଷିକ ଆୟ ୫,୨୭୪ରୁ ୫,୧୧୨ ଟଙ୍କାକୁ ଖସି ଯାଇଛି। ତେବେ ମାସକୁ କେତେ ପଡ଼ିଲା। ଏହା ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର କୃଷି ଉତ୍ପାଦନ ପାଇଁ କେନ୍ଦ୍ରଠାରୁ ପୁରସ୍କାର ପାଉଛନ୍ତି ବୋଲି କହୁଛନ୍ତି। ସ୍କୁଲରେ ଶିକ୍ଷକମାନେ ସମ୍ମାନିତ ହେଉଛନ୍ତି। ମାତ୍ର ଫଳ ଶୂନ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୨,୯୩୦ ଟଙ୍କା କରିବାକୁ ବିଧାନସଭାରେ ସର୍ବସମ୍ମତିକ୍ରମେ ସଙ୍କଳ୍ପ ପାରିତ ହୋଇଥିଲା। ବାସସ୍ପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେଲା। ପ୍ରଧାନମନ୍ତ୍ରୀ ସାକ୍ଷାତ୍‌ କରିବାକୁ ସମୟ ଦେଲେ ନାହିଁ କିମ୍ବା ବାଚସ୍ପତିଙ୍କ ଚିଠିର ଉତ୍ତର ଦେଲେ ନାହିଁ। ଚାଷୀ ବିରୋଧୀ କେନ୍ଦ୍ର ସରକାରଙ୍କୁ ନବୀନବାବୁ ସମର୍ଥନ ଦେଇ ଚାଲିଛନ୍ତି। ରାଜ୍ୟରେ ଗୋଟିଏ କୁଇଣ୍ଟାଲ ଧାନ ଉତ୍ପାଦନ ପାଇଁ ଚାଷୀଙ୍କୁ ୨,୩୪୪ ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। କେନ୍ଦ୍ର ସରକାର ମାତ୍ର ୧୯୪୦ ଟଙ୍କା ଏମ୍‌ଏସ୍‌ପି ଦେଉଛନ୍ତି। ରାଜ୍ୟ ସରକାର ୨୦୧୪ରେ କେବିକେରେ ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ କରିବାକୁ ଘୋଷଣା କରିଥିଲେ। ଏପର୍ଯ୍ୟନ୍ତ ହେଲାଣି କି। ସେ ବିଷୟରେ ରାଜ୍ୟପାଳଙ୍କ ମୁହଁରେ କିଛି କୁହାଇଲେ ନାହିଁ। ଚାଷୀଙ୍କୁ ମାଗଣା ବିଜୁଳି ଦେବା କଥା କହିଥିଲେ। ତାହା ଦେଲେ କି ବୋଲି ନରସିଂହ ପ୍ରଶ୍ନ କରିଛନ୍ତି। ସରକାର କେବଳ ରାଜ୍ୟପାଳଙ୍କ ମୁହଁରେ ବିକାଶର ଗୋଲାପୀ ଚିତ୍ର ଆଙ୍କି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି। ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି। ପଞ୍ଚାୟତ ନିର୍ବାଚନରେ ତାହା ଦେଖିବାକୁ ମିଳିଲା। ଗୁଣ୍ଡା ଧରି ଶାସକ ଦଳ ଭୋଟ ହାତେଇଛନ୍ତି। ରାଜ୍ୟରେ ନାରୀ ନିର୍ଯାତନା ବଢ଼ିଚାଲିଛି। ତଥାପି ସବୁ ଠିକ୍‌ ଅଛି ବୋଲି ରାଜ୍ୟ ସରକାର କହୁଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri