ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି: ନରସିଂହ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଓଡ଼ିଶାରେ ଚାଷୀଙ୍କ ବାର୍ଷିକ ଆୟ ୫,୨୭୪ରୁ ୫,୧୧୨ ଟଙ୍କାକୁ ଖସି ଯାଇଛି। ତେବେ ମାସକୁ କେତେ ପଡ଼ିଲା। ଏହା ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର କୃଷି ଉତ୍ପାଦନ ପାଇଁ କେନ୍ଦ୍ରଠାରୁ ପୁରସ୍କାର ପାଉଛନ୍ତି ବୋଲି କହୁଛନ୍ତି। ସ୍କୁଲରେ ଶିକ୍ଷକମାନେ ସମ୍ମାନିତ ହେଉଛନ୍ତି। ମାତ୍ର ଫଳ ଶୂନ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୨,୯୩୦ ଟଙ୍କା କରିବାକୁ ବିଧାନସଭାରେ ସର୍ବସମ୍ମତିକ୍ରମେ ସଙ୍କଳ୍ପ ପାରିତ ହୋଇଥିଲା। ବାସସ୍ପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେଲା। ପ୍ରଧାନମନ୍ତ୍ରୀ ସାକ୍ଷାତ୍‌ କରିବାକୁ ସମୟ ଦେଲେ ନାହିଁ କିମ୍ବା ବାଚସ୍ପତିଙ୍କ ଚିଠିର ଉତ୍ତର ଦେଲେ ନାହିଁ। ଚାଷୀ ବିରୋଧୀ କେନ୍ଦ୍ର ସରକାରଙ୍କୁ ନବୀନବାବୁ ସମର୍ଥନ ଦେଇ ଚାଲିଛନ୍ତି। ରାଜ୍ୟରେ ଗୋଟିଏ କୁଇଣ୍ଟାଲ ଧାନ ଉତ୍ପାଦନ ପାଇଁ ଚାଷୀଙ୍କୁ ୨,୩୪୪ ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। କେନ୍ଦ୍ର ସରକାର ମାତ୍ର ୧୯୪୦ ଟଙ୍କା ଏମ୍‌ଏସ୍‌ପି ଦେଉଛନ୍ତି। ରାଜ୍ୟ ସରକାର ୨୦୧୪ରେ କେବିକେରେ ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ କରିବାକୁ ଘୋଷଣା କରିଥିଲେ। ଏପର୍ଯ୍ୟନ୍ତ ହେଲାଣି କି। ସେ ବିଷୟରେ ରାଜ୍ୟପାଳଙ୍କ ମୁହଁରେ କିଛି କୁହାଇଲେ ନାହିଁ। ଚାଷୀଙ୍କୁ ମାଗଣା ବିଜୁଳି ଦେବା କଥା କହିଥିଲେ। ତାହା ଦେଲେ କି ବୋଲି ନରସିଂହ ପ୍ରଶ୍ନ କରିଛନ୍ତି। ସରକାର କେବଳ ରାଜ୍ୟପାଳଙ୍କ ମୁହଁରେ ବିକାଶର ଗୋଲାପୀ ଚିତ୍ର ଆଙ୍କି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି। ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି। ପଞ୍ଚାୟତ ନିର୍ବାଚନରେ ତାହା ଦେଖିବାକୁ ମିଳିଲା। ଗୁଣ୍ଡା ଧରି ଶାସକ ଦଳ ଭୋଟ ହାତେଇଛନ୍ତି। ରାଜ୍ୟରେ ନାରୀ ନିର୍ଯାତନା ବଢ଼ିଚାଲିଛି। ତଥାପି ସବୁ ଠିକ୍‌ ଅଛି ବୋଲି ରାଜ୍ୟ ସରକାର କହୁଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri