ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପିଛା ଛାଡ଼ୁନି ଟିକା ସମସ୍ୟା। ଲଗାତର ଭାବେ ଟିକାର ଅଭାବ ଦେଖିବାକୁ ମିଳୁଛି। କେନ୍ଦ୍ର ଯୋଗାଉଥିବା ଟିକା କିଛିଦିନ ଯିବା ପରେ ପୁଣି ଯଥା ପୂର୍ବଂ ତଥା ପରମ୍‌ ସ୍ଥିତି। ଟିକା ଅଭାବ ଯୋଗୁ ସବୁ କେନ୍ଦ୍ରରେ ଟିକାକରଣ ସମ୍ଭବ ହେଉ ନାହିଁ। ବର୍ତ୍ତମାନ ରାଜ୍ୟରେ ଗଚ୍ଛିତ ଥିବା କୋଭିଶିଲ୍ଡ ଟିକା ଦୁଇଦିନ ଯିବ। ଏହାପରେ ପୁଣି ଟିକା ଅଭାବ ସମସ୍ୟା ଦେଖାଯିବ। ଆସନ୍ତା ୧୫ ତାରିଖ ବେଳକୁ ରାଜ୍ୟକୁ ଟିକା ଆସିବାର ସମ୍ଭାବନା ରହିଛି। ତେଣୁ ୯ ତାରିଖରୁ ୧୫ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଟିକାକରଣ ଠିକ୍‌ରେ ହୋଇପାରିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଶୀଘ୍ର ଅତିରିକ୍ତ ୧୫ ଲକ୍ଷ କୋଭିଶିଲ୍ଡ ଟିକା ଯୋଗାଣ ପାଇଁ ଚିଠି ଲେଖିଛନ୍ତି।
ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଏବେ ରାଜ୍ୟରେ କେବଳ ୬ ଲକ୍ଷ ୧୪ ହଜାର ଡୋଜ୍‌ କୋଭିଶିଲ୍ଡ ଟିକା ରହିଛି। କିନ୍ତୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଏବେ ବି ୨୮.୩୧ ଲକ୍ଷ ଲୋକ ଅଛନ୍ତି। ଜୁଲାଇରେ ଓଡ଼ିଶାକୁ ପ୍ରାୟ ୨୫ ଲକ୍ଷ ୩୧ ହଜାର ଡୋଜ୍‌ କୋଭିଶିଲ୍ଡ ଟିକା ପଠାଇବାକୁ କେନ୍ଦ୍ର ସରକାର ଧାର୍ଯ୍ୟ କରିଛନ୍ତି। ପୂର୍ବରୁ ୧୦ଲକ୍ଷ ଦେଇଥିବା ବେଳେ ତୁରନ୍ତ ଅତିରିକ୍ତ ୧୫ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ପଠାଇବାକୁ ସେ ଅନୁରୋଧ କରିଛନ୍ତି। ରାଜ୍ୟ ସରକାର ଦୈନିକ ହାରାହାରି ୩ ଲକ୍ଷ ଡୋଜ୍‌ ଟିକା ଦେଉଛନ୍ତି। କିନ୍ତୁ କେନ୍ଦ୍ର ସରକାର ଉଚିତ ସମୟରେ ଆବଶ୍ୟକ ମାତ୍ରାର ଟିକା ନ ପଠାଇଲେ ଟିକାକରଣ ପ୍ରଭାବିତ ହେବ। ସେପଟେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଆସନ୍ତା ୪ରୁ ୫ମାସ ଭିତରେ ଶେଷ ହୋଇପାରେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ଷ୍ଟେଟ୍‌ ନୋଡାଲ ଇମୁନାଇଜେଶନ ଅଫିସର ଡା. ବିଜୟ କୁମାର ପାଣିଗ୍ରାହୀ କହିଛନ୍ତି। ରାଜ୍ୟରେ ୧,୨୪,୯୧,୮୫୭ ଡୋଜ୍‌ ଟିକାକରଣ ହୋଇସାରିଲାଣି। ୧୮ବର୍ଷରୁ ଉର୍ଦ୍ଧ୍ୱ ୩.୦୯ କୋଟି ହିତାଧିକାରୀଙ୍କୁ ଟିକା ଦେବା ଆମର ଲକ୍ଷ୍ୟ ରହିଛି। ତେବେ କେନ୍ଦ୍ର ପର୍ଯ୍ୟାପ୍ତ ଟିକା ଯୋଗାଇଲେ ଏହି ଲକ୍ଷ୍ୟ ସଫଳ ହେବ ବୋଲି ପାଣିଗ୍ରାହୀ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ଅଧିକ ଗୁରୁତ୍ୱ ଦେବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମହାପାତ୍ର କହିଛନ୍ତି। ଯେଉଁମାନେ ପ୍ରଥମ ଡୋଜ୍‌ ନେଇସାରିଛନ୍ତି ଏବଂ ଦ୍ୱିତୀୟ ଡୋଜ୍‌ ନେବାକୁ ଅଛନ୍ତି ସେମାନଙ୍କୁ ପ୍ରଥମେ ଟିକାକରଣ କରିବାକୁ ମହାପାତ୍ର ମଙ୍ଗଳବାର ରାଜ୍ୟର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri