ଜାଡ଼ରେ ଥରୁଛି ରାଜ୍ୟ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହି ଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୩ ରୁ ୪ ଦିନ ଧରି ଓଡ଼ିଶା ମଧ୍ୟକୁ ବାୟୁମଣ୍ଡଳର ତଳ ଭାଗରେ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତ ଭାବେ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବେଶ କରୁଛି। ପ୍ରଭାବରେ ରାଜ୍ୟର କିଛି ଜିଲାରେ ଶୀତ ଲହରି, ତୀବ୍ର ଶୀତ ଲହରି ତଥା ଥଣ୍ଡା ଅନୁଭୂତ ହେବ। ସେଥିପାଇଁ ବିଭିନ୍ନ ଜିଲାକୁ ଅରେଞ୍ଜ, ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଗାମୀ ୩ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ରାତ୍ରି ତାପମାତ୍ରା ସ୍ବାଭାବିକ ତାପମାତ୍ରାଠାରୁ ୫ ରୁ ୬ଡିଗ୍ରୀ ଯାଏ କମ୍‌ ରହିବା ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଜିଲାଗୁଡ଼ିକରେ ରାତ୍ରି ତାପମାତ୍ରା ସ୍ବାଭାବିକ ତାପମାତ୍ରା ଠାରୁ ୪ ରୁ ୫ ଡିଗ୍ରୀ ଯାଏ କମ୍‌ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ସତର୍କ ରହିବା ପାଇଁ ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଚିଠି ଲେଖିଛନ୍ତି। ଏଥିପାଇଁ ଏସ୍‌ଆର୍‌ସି ଆଡଭାଇଜରି ଜାରି କରିଛନ୍ତି। ବାସହୀନ ଲୋକମାନେ ରାତ୍ରିରେ ଆଶ୍ରୟ ନେବା ପାଇଁ ସ୍କୁଲ ବିଲ୍ଡିଂ, କମ୍ୟୁନିଟି ବିଲ୍ଡିଂ ଏବଂ ଅନ୍ୟାନ୍ୟ ଉପଲବ୍ଧ ଥିବା କୋଠାଘରେ ରହିବା ପାଇଁ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ରାଜ୍ୟରେ ଶୀତ ଲହରି ଜାରି ରହିଥିବା ପର୍ଯ୍ୟନ୍ତ କେଉଁଠି କେତେ ବାସହୀନ ଲୋକ ରହୁଛନ୍ତି ତା’ର ପ୍ରତିଦିନ ତଥ୍ୟ ଏସ୍‌ଆର୍‌ସିଙ୍କୁ ଦେବା ପାଇଁ କୁହାଯାଇଛି।
ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଥଣ୍ଡା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ମଙ୍ଗଳବାର ରାଜ୍ୟରେ ୧୯ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବା ଜଣାଯାଇଛି। ୩.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦାରିଙ୍ଗବାଡ଼ି, କେନ୍ଦୁଝର ଜିଲାର ପାହାଡ଼ିଆ ଅଞ୍ଚଳ, ରାୟଗଡ଼ା କାଶୀପୁର ଏବଂ ସୁନ୍ଦରଗଡ଼ ଜିଲା ଟେନ୍‌ସା, ସମ୍ବଲପୁର କୁଚିଣ୍ଡାରେ ତୁଷାରପାତ ହୋଇଛି। ୧୦ ଡିଗ୍ରୀ ତଳେ ଥିବା ସହରଗୁଡ଼ିକ ହେଲା, ବାଲେଶ୍ବର ୯.୮, ଚାନ୍ଦବାଲି ୯.୨, ଅନୁଗୋଳ ୮.୬, ବାରିପଦା ୮,୫, ଝାରସୁଗୁଡ଼ା ୬.୪, ଦାରିଙ୍ଗବାଡ଼ି ୩.୫, କୋରାପୁଟ ୮.୫ , ସୁନ୍ଦରଗଡ଼ ୬.୫, ଫୁଲବାଣୀ ୪.୦, ଟିଟଲାଗଡ଼ ୬.୮, ଭବାନୀପାଟଣା ୬.୦, ସୋନପୁର ୮.୫, ବଲାଙ୍ଗୀର ୭.୮, ନୟାଗଡ଼ ୯.୦, କେନ୍ଦୁଝର ୬.୨, ସମ୍ବଲପୁର ୮.୫, ବୌଦ୍ଧ ୭.୦, ହୀରାକୁଦ ୮,୬ ଓ ତାଳଚେର ୯.୦ ଡିଗ୍ରୀ ସେଲସିଅସ୍‌। ସେହିଭଳି ଭୁବନେଶ୍ୱରରେ ୧୦.୦ ଡିଗ୍ରୀ ଓ କଟକରେ ୧୦.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ସୂଚନାଯୋଗ୍ୟ,ଏ ବର୍ଷ ୧୫ ଦିନ ବିଳମ୍ବରେ ରାଜ୍ୟକୁ ଶୀତ ପ୍ରବେଶ କରିଛି। ଶୀତର ପ୍ରକୋପ ଓ ସମୟ ମଧ୍ୟ କମ୍‌ ଦିନ ରହିବ। ଆସନ୍ତା ୨ ଦିନ ରାଜ୍ୟର ପ୍ରାୟ ସ୍ଥାନରେ ତାପମାତ୍ରା ୧୨ ଡିଗ୍ରୀ କିମ୍ବା ତା’ ତଳେ ରହିବା ପରେ ୨୨ତାରିଖ ଆଡ଼କୁ ପାରଦ ଧୀରେ ଧୀରେ ଊର୍ଦ୍ଧ୍ୱମୁଖା ହେବ। ୨୨ ତାରିଖ ପରେ ଶୀତ କମିଯିବ ଓ ଜାନୁୟାରୀ, ଫେବୃୟାରୀରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?