ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁଘଟିଛି।