ନୃସିଂହଙ୍କ ଉପରେ ରାଜ୍ୟ ନେତୃତ୍ୱଙ୍କ ଆସ୍ଥା

ଢେଙ୍କାନାଳ/ପରଜଙ୍ଗ, ୮।୭(ରତନ ନାୟାର/ନିଗମାନନ୍ଦ ଦଳବେହେରା): ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ ଜିଲା ବିଜେଡି ସଭାପତି ଭାବେ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କୁ ଶୁକ୍ରବାର ଚୟନ କରିଛନ୍ତି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଭାବେ ଯୁବନେତା ଦେବୀପ୍ରସାଦ ଭୂତିଆଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ନିର୍ବାଚନ ପୂର୍ବରୁ ଜିଲା ସଭାପତି ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ପରିବର୍ତ୍ତନ ବିଧାୟକ ଡା. ସାହୁଙ୍କ ପ୍ରତି ରାଜ୍ୟ ନେତୃତ୍ୱଙ୍କ ଆସ୍ଥାର ପ୍ରତିଫଳନ ବୋଲି କୁହାଯାଉଛି।
କାମାକ୍ଷାନଗର ବିଧାୟକ ତଥା ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ପୂର୍ବରୁ ଏହି ପଦବୀରେ ବିଧାୟକ ଡା. ନୃସିଂହଚରଣ ଥିଲେ। ସେତେବେଳେ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସେ ସଦସ୍ୟ ଥିଲେ। ହେଲେ କିଛିଦିନ ଧରି ଜିଲା ସଭାପତି ବଦଳିବେ ବୋଲି ଜୋର୍‌ଦାର ଚର୍ଚ୍ଚା ହେଉଥିଲା। ଏହି ଦୌଡ଼ରେ ବିଧାୟକ ସୁଧୀର ସାମଲଙ୍କ ନାମ ମଧ୍ୟ ଉଠିଥିଲା। କିନ୍ତୁ ସେ ବରଗଡ ଜିଲା ପାଇଁ ଦଳୀୟ ପର୍ଯ୍ୟବେକ୍ଷକ ରହିଥିବାରୁ ଡା. ନୃସିଂହଙ୍କୁ ନୂତନ ସଭାପତି ଭାବେ ଘୋଷଣା କରାଯାଇଛି। ସେହିପରି ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ପାଇଥିବା ଦେବୀ ପ୍ରସାଦ ଭୂତିଆ ଏବେ ରାଜ୍ୟ ବନ ନିଗମର ଉପଦେଷ୍ଟା ରହିଛନ୍ତି। ସେ ୨୦୦୧ରୁ ୨୦୧୧ ଯାଏ ଜିଲା ଯୁବ ବିଜେଡି ସଭାପତି ଏବଂ ୨୦୧୧ରୁ ୨୦୧୯ ପର୍ଯ୍ୟନ୍ତ ରାଜ୍ୟ ଯୁବ ବିଜେଡି ସମ୍ପାଦକ ରହିଥିଲେ। ଏଥିସହିତ ଜିଲା ଜୀବନବିନ୍ଦୁ କାର୍ଯ୍ୟକ୍ରମର ଜିଲା ସଂଯୋଜକ, ଢେଙ୍କାନାଳ ଆଞ୍ଚଳିକ ଉନ୍ନୟନ ସଂସ୍ଥାର ଅଧ୍ୟକ୍ଷ ଭଳି ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଥିଲେ। ନୂତନ ଜିଲା ସଭାପତିଙ୍କୁ ପରଜଙ୍ଗ ବ୍ଲକ ଆତ୍ମା ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ବ୍ଲକ ବିଜେଡି ସଭାପତି କୃଷ୍ଣଚନ୍ଦ୍ର ମହାନ୍ତି, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ଛାତ୍ର ବିଜେଡି ସଭାପତି ପ୍ରିୟଜିତ ସାମଲ, ଜିଲା ପରିଷଦ ଉପସଭାନେତ୍ରୀ ବିଳାସିନୀ ସେଠୀ, କଙ୍କଡ଼ାହାଡ଼ ଯୁବ ବିଜେଡି ସଭାପତି ତାପସ ପାଣି ପ୍ରମୁଖ ତାଙ୍କ ବାସଭବନରେ ଭେଟି ଶୁଭେଚ୍ଛା ଜଣାଇଛନ୍ତି।
ଜିଲା ସଭାପତି ଭାବେ ନିଯୁକ୍ତି ହେବା ପରେ ବିଧାୟକ ଡା. ସାହୁ କହିଛନ୍ତି, ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା କରିଥିବାରୁ ସେ ତାଙ୍କ ନିକଟରେ କୃତଜ୍ଞ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରାଯିବ। ଆସନ୍ତା ନିର୍ବାଚନରେ ଜିଲାର ସମସ୍ତ ୪ ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ବିଜୟୀ ହେବା ଲାଗି ଉଦ୍ୟମ କରାଯିବ। ସେହିପରି ଦେବୀପ୍ରସାଦ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri