ଆଜିଠୁ ଖୋଲିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୧୯।୧(ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ୧୦ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟ ଓ କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ। ସଂଗ୍ରହାଳୟ ପରିସରରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ସମସ୍ତଙ୍କ ପାଇଁ ମାସ୍କ ଓ ସାନିଟାଇଜର୍‌ ବାଧ୍ୟତାମୂଳକ କରାଯାଇଥିବାବେଳେ ସଂଗ୍ରହାଳୟକୁ ପ୍ରବେଶ ପୂର୍ବରୁ ଥର୍ମାଲ୍‌ ସ୍କ୍ରିନିଂ କରାଯିବ। ଆଗାମୀ କିଛିଦିନ ପର୍ଯ୍ୟନ୍ତ ଦିନକୁ ୨୦୦ ଲୋକଙ୍କ ପାଇଁ ଟିକେଟ୍‌ର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଅଫ୍‌ଲାଇନ୍‌ ମାଧ୍ୟମରେ ଟିକେଟ୍‌ କରାଯାଇ ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ। ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ପର୍ଯ୍ୟଟକ ଓ ଦର୍ଶକଙ୍କ ସଂଖ୍ୟାକୁ ବୃଦ୍ଧି କରାଯିବ ବୋଲି ରାଜ୍ୟ ସଂଗ୍ରହାଳୟ ଅଧିକ୍ଷକ ଭାଗ୍ୟଲିପି ମଲ୍ଲ ସୂଚନା ଦେଇଛନ୍ତି।
ତେବେ ଖୋଲିବା ପୂର୍ବରୁ ସଂଗ୍ରହାଳୟ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯାଇଛି। ଦୀର୍ଘଦିନ ଧରି ବନ୍ଦ ହୋଇ ରହିଥିବା ସଂଗ୍ରହାଳୟରେ ପର୍ଯ୍ୟଟକ ଏବେ ନୂତନ ଅନୁଭୂତି ପାଇପାରିବେ। ଗ୍ୟାଲେରୀର ଆଲୋକୀକରଣ ସହିତ ମନଛୁଆଁ ସଙ୍ଗୀତର ମଜା ନେବେ। ଖୁବ୍‌ଶୀଘ୍ର ରାଜ୍ୟ ସଂଗ୍ରହାଳୟ ପରିସରକୁ ବ୍ୟାପକ କରାଯାଇ ଆହୁରି ୫ଟି ନୂଆ ଗ୍ୟାଲେରୀ ଖୋଲାଯିବ। ଏହାମଧ୍ୟରେ କ୍ରିଏଟିଭ୍‌ ଆର୍ଟ ଗ୍ୟାଲେରୀ, ଇନ୍‌ଟାଞ୍ଜିବଲ୍‌ ଐତିହ୍ୟ, ସ୍ବାଧୀନତା ସଂଗ୍ରାମୀ ଗ୍ୟାଲେରୀ, ମହାତ୍ମାଗାନ୍ଧୀ ଗ୍ୟାଲେରୀ ଓ ପଟ୍ଟଚିତ୍ର ଗ୍ୟାଲେରୀ ରହିଛି। ଏସବୁର କାମ ଖୁବ୍‌ଶୀଘ୍ର ଶେଷ ହେବ। ଅନ୍ୟ ଆଞ୍ଚଳିକ ସଂଗ୍ରହାଳୟଗୁଡ଼ିକୁ ଧିରେ ଧିରେ ଖୋଲାଯିବ। ଏହାସହିତ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ ମାଧ୍ୟମରେ ଟିକେଟ୍‌ର ବ୍ୟବସ୍ଥା କରାଯିବ ବୋଲି ଅଧୀକ୍ଷକ ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri