ଅର୍ଥ ବ୍ୟବସ୍ଥାର ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ,୧୭।୯: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଦେଶର ଶିଳ୍ପଜଗତକୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଫେରୁଛି। ଅଭିବୃଦ୍ଧି ଧୀରେ ଧୀରେ ଫେରିବ। ଏହି ଧାରା ନିରନ୍ତର ହେବ। ଏଭଳି ବିଭିନ୍ନ ସ୍ଥିତିକୁ ନଜରରେ ରଖି କେନ୍ଦ୍ରୀୟ ବ୍ୟାଙ୍କ ବିଭିନ୍ନ ଜରୁରୀ ପଦକ୍ଷେପ ହାତକୁ ନେବାକୁ ପ୍ରସ୍ତୁତ ରହିଛି। ବଜାରରେ ନଗଦ ସୁନିଶ୍ଚିତ କରିବା ଏବଂ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ଶକ୍ତିକାନ୍ତ ଭରସା ଦେଇଛନ୍ତି।
ଶିଳ୍ପ ସଂଘ ଫିକିର ଏକ ଭର୍ଚୁଆଲ କନ୍‌ଫରେନ୍ସରେ ଶକ୍ତିକାନ୍ତ କହିଛନ୍ତି, କୋଭିଡ୍‌ ଯୋଗୁ ଅର୍ଥ ବ୍ୟବସ୍ଥାକୁ ଏକ ଶକ୍ତ ଧକ୍କା ଲାଗିଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତୀୟ ଅର୍ଥ ବ୍ୟବସ୍ଥା -୨୩.୯% ହ୍ରାସ ହୋଇଛି। ଏହା ସରକାରୀ ଡାଟାରୁ ଆକଳନ କରିହେବ। ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୈମାସରେ କିଛି ମାତ୍ରାରେ ସ୍ଥିତାବସ୍ଥା ଫେରୁଥିବା ସେ ମତ ପ୍ରକାଶ କରିଛନ୍ତି। କୃଷିକ୍ଷେତ୍ର କାର୍ଯ୍ୟକଳାପ, ପରଚେଜିଂ ମ୍ୟାନେଜର୍ସ ଇଣ୍ଡେକ୍ସ ଏବଂ ନିଯୁକ୍ତି ଭଳି କ୍ଷେତ୍ରରେ ସ୍ଥିତାବସ୍ଥା ଫେରୁଛି। ସେହିଭଳି କ୍ଷତିଗ୍ରସ୍ତ ହୋଇଥିବା ଅନ୍ୟ କ୍ଷେତ୍ରଗୁଡିକରେ ଉନ୍ନତି ଧାରା ଫେରିବା ନେଇ ସେ ଆଶାବାଦୀ ରହିଥିବା କହିଛନ୍ତି।
ଅର୍ଥ ବ୍ୟବସ୍ଥା ଏବେ ସମ୍ପୂର୍ଣ୍ଣ ଭାବେ ଟ୍ରାକ୍‌କୁ ଫେରିପାରିନାହିଁ। ସଂକ୍ରମଣ ବଢୁଥିବା ବେଳେ ଏହାକୁ ନଜରରେ ରଖି ଅର୍ଥ ବ୍ୟବସ୍ଥାକୁ ଖୋଲିବା ଲାଗି ମଧ୍ୟ ପ୍ରକ୍ରିୟା ଜାରି ରହିଛି। ସ୍ଥିତି ସମ୍ଭାଳିବା ଲାଗି ରିଜର୍ଭ ବ୍ୟାଙ୍କ ନିଜର ପାରୁପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଛି। ଘରୋଇ କ୍ଷେତ୍ର ମଧ୍ୟ ଅର୍ଥ ବ୍ୟବସ୍ଥାର ଉନ୍ନତି ଲାଗି ନିଜର ଯୋଗଦାନ ରଖିବାକୁ ଗଭର୍ନର ଆହ୍ବାନ ଜଣାଇଛନ୍ତି। ମହାମାରୀ ଯୋଗୁ ଉପୁଜିଥିବା ନୂଆ ଚ୍ୟାଲେଞ୍ଜକୁ ସୁଯୋଗ ଭାବେ ନେବା ସହ ପୁଞ୍ଜି ନିବେଶ କରିବାକୁ ସେ ଶିଳ୍ପ ଜଗତକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri