ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି। ରାଜଧାନୀ ଦିଲ୍ଲୀ ପ୍ରଦୂଷଣରେ ଅଣନିଃଶ୍ୱାସୀ ହେଉଛି। ସେଠାରେ ସ୍କୁଲ ବନ୍ଦ ସହ ଶିଳ୍ପାନୁଷ୍ଠାନ ଓ ନିର୍ମାଣ କାର୍ଯ୍ୟ ଉପରେ କଟକଣା ଜାରି କରାଯାଇଛି। ସହରାଞ୍ଚଳଗୁଡ଼ିକ ବେଳକୁ ବେଳ ଅତି ପ୍ରଦୂଷିତ ହେବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ଅନେକ ସହର ପ୍ରଦୂଷିତ ହେବାରେ ଲାଗିଛି। ଆସନ୍ତା ୧୨ ତାରିଖରେ ଆଲୋକର ପର୍ବ ଦୀପାବଳି ପାଳନ ହେବ। ଏହି ଅବସରରେ ଆତସବାଜିରେ ସାରା ରାଜ୍ୟ କମ୍ପିବ। ଏଥିଯୋଗୁ ବାୟୁ ଅତିମାତ୍ରାରେ ପ୍ରଦୂଷିତ ହେବ। ବାୟୁରେ କାର୍ବନ ଡାଇଅକ୍ସାଇଡଠାରୁ ଆରମ୍ଭ କରି କାର୍ବନ ମନୋକ୍ସାଇଡ, ନାଇଟ୍ରୋଜେନ ଡାଇଅକ୍ସାଇଡ, ସଲଫର ଡାଇଅକ୍ସାଇଡ ଭଳି ବିଷାକ୍ତ ପଦାର୍ଥ ବାୟୁ ମଣ୍ଡଳରେ ଭରି ଯିବ। ଶୀତଦିନ ଆରମ୍ଭ ହୋଇଥିବାରୁ ଏବେ ଅଧିକାଂଶ ଲୋକ ଥଣ୍ଡା ଓ କାଶରେ ଆକ୍ରାନ୍ତ ହୋଇଛନ୍ତି। ବାୟୁ ପ୍ରଦୂଷଣ ଯୋଗୁ ଏହା ଆହୁରି ସଂକ୍ରମିତ ହେବାର ସମ୍ଭାବନା ରହିଛି। କେବଳ ମନୁଷ୍ୟ ନୁହନ୍ତି ଜୀବଜନ୍ତୁ ମଧ୍ୟ ଆତସବାଜି ଯୋଗୁ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଦୀପାବଳି ପାଇଁ ସୋମବାର ଏକ ଗାଇଡ୍‌ ଲାଇନ ଜାରି କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ରାତି ୧୦ଟାରୁ ସକାଳ ୬ଟା ଯାଏ ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି। ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ, ଧାର୍ମିକ ସ୍ଥଳର ୧୦୦ ମିଟର ମଧ୍ୟରେ କୌଣସି ପ୍ରକାର ଶବ୍ଦକୁ ବାରଣ କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। ଏଥିସହିତ ଅତି ଉଚ୍ଚ ଶବ୍ଦ କରୁଥିବା ଯନ୍ତ୍ରାଂଶ, ଡିଜେ ଆଦି ୬୫ ଡେସିବଲକୁ ଅତିକ୍ରମ ନ କରିବାକୁ ପରାମର୍ଶ ଦିଆଯାଇଛି। ଉପରୋକ୍ତ ଗାଇଡ୍‌ ଲାଇନ ଖିଲାପ କଲେ ଓଡ଼ିଶା (ଆତସବାଜି ଓ ଡାକବାଜି ଯନ୍ତ୍ର ପ୍ରବିଧାନ) ଆଇନ ୧୯୫୮ ଏବଂ ଶବ୍ଦ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ୨୦୦୦ ଅନୁଯାୟୀ ଦଣ୍ଡ ବିଧାନ କରାଯିବ ବୋଲି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?