ଆବାସ ପ୍ଲସ୍‌ ଖୋଲିବାକୁ ପୁଣି ଚିଠି ଲେଖିଲା ରାଜ୍ୟ

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍‌ଏୱାଇ-ଜି) ଅଧୀନରେ ଗୃହ ମଞ୍ଜୁର କରିବା ସଂକ୍ରାନ୍ତରେ ରାଜ୍ୟ ସରକାର କେନ୍ଦ୍ରକୁ ପୁଣି ମନେପକାଇ ଦେଇଛନ୍ତି। ରାଜ୍ୟ ସରକାର ଘର ଯୋଗାଇ ଦେବାକୁ କେନ୍ଦ୍ରକୁ ବାରମ୍ବାର ଅନୁରୋଧ କରିବା ପରେ ମଧ୍ୟ କୌଣସି ଉତ୍ତର ମିଳୁନାହିଁ। ଏହାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଟଣାଓଟରା ଚାଲିଛି। ସୋମବାର ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ତଥା ପଞ୍ଚାୟତି ରାଜ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ଏକ ଚିଠି ଲେଖିଛନ୍ତି।
ବୈଠକ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ସେ ନିଜେ ଉଠାଇଥିବା ଦାବି ବିଷୟରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଜାତୀୟ ଗ୍ରାମୀଣ ହାଉସିଂ ପୋର୍ଟାଲରେ ଆବାସ ପ୍ଲସ୍‌ ସହିତ ରାଜ୍ୟ ସରକାରଙ୍କ ୬.୬୫ ଲକ୍ଷ ପରିବାରର ତଥ୍ୟକୁ ସିଙ୍କ୍ରୋନାଇଜ୍‌ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସେ କେନ୍ଦ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।
ବାତ୍ୟା ଫନୀ ପରେ ପରେ ଓଡ଼ିଶାକୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ୧.୮୪ ଲକ୍ଷ ସ୍ବତନ୍ତ୍ର ପିଏମ୍‌ଏୱାଇ ଘର ମଞ୍ଜୁର କରିବାକୁ ଦାବି ସହ ଯୋଗ୍ୟ ବିବେଚିତ ପରିବାରର ନାମ ଅନ୍ତର୍ଭୁକ୍ତ କରିବା ପାଇଁ କିଛି ସମୟ ପାଇଁ ଆବାସ ୱିଣ୍ଡୋ ଖୋଲିବାକୁ ପ୍ରତାପ ଅନୁରୋଧ କରିଛନ୍ତି।
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ପ୍ରକୃତ ଆବଶ୍ୟକତାକୁ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଇ ନ ଥିବାବେଳେ କର୍ନାଟକ ସରକାରଙ୍କୁ ଜାନୁୟାରୀ ୧୩ରେ ଆବାସ ପ୍ଲସ୍‌ରେ ତଥ୍ୟର ସିଙ୍କ୍ରୋନାଇଜେଶନ୍‌ ପାଇଁ ଅନୁମତି ଦିଆଯାଇଛି ବୋଲି ମନ୍ତ୍ରୀ ଦର୍ଶାଇଛନ୍ତି।
ରାଜ୍ୟର ବାରମ୍ବାର ଅନୁରୋଧ ସତ୍ତ୍ୱେ ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କରାଯାଉଛି। ଏହାଦ୍ୱାରା ରାଜ୍ୟର ଅନୁସୂଚିତ ଅଞ୍ଚଳ ଏବଂ କେବିକେ ଅଞ୍ଚଳରେ ରହୁଥିବା ଲକ୍ଷ ଲକ୍ଷ ଗରିବ ଅନୁସୂଚିତ ଜନଜାତି ଘର ପାଇବାରୁ ବଞ୍ଚିତ ହେବେ। ଓଡ଼ିଶା ପ୍ରତି ହେଉଥିବା ଅନ୍ୟାୟକୁ ଦୂର କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।
ଏଠାରେ ଉଲ୍ଲେଖଯୋଗ୍ୟ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ୨୦୧୯ ମାର୍ଚ୍ଚ ୭ ତାରିଖ ସୁଦ୍ଧା ଆବାସ ପ୍ଲସ୍‌ ମାଧ୍ୟମରେ ଯୋଗ୍ୟ ହିତାଧିକାରୀ ପରିବାରକୁ ଚିହ୍ନଟ କରିବାକୁ ଅନୁମତି ଦେଇଥିଲେ। ଏହି ସମୟ ମଧ୍ୟରେ ରାଜ୍ୟ ସରକାର କେବଳ ୩୫ ହଜାର ହିତାଧିକାରୀ ଚିହ୍ନଟ କରିଥିଲେ। ୨୦୧୯ ସାଧାରଣ ନିର୍ବାଚନ, ନେଟ୍‌ୱର୍କର ସଂଯୋଗ ସମସ୍ୟା ଏବଂ ରାଜ୍ୟର କିଛି ଅଞ୍ଚଳରେ ବାମପନ୍ଥୀ ହିଂସାକାଣ୍ଡ ଯୋଗୁ ସମସ୍ୟା ଦେଖାଦେଇଥିଲା। ୨୦୧୯ ମେ’ରେ ଫନୀ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭାବିତ ପରିବାରକୁ ୫ ଲକ୍ଷ ପିଏମ୍‌ଏୱାଇ-ଜି (ସ୍ବତନ୍ତ୍ର) ଘର ଆବଣ୍ଟନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri