୬୮,୮୨୫ କୋଟି ଋଣ କରିବେ ରାଜ୍ୟ

ନୂଆଦିଲ୍ଲୀ: ଜିଏସ୍‌ଟି ରାଜସ୍ବ ହ୍ରାସକୁ ଭରଣା କରିବା ଲାଗି ଓଡ଼ିଶା ସମେତ ମୋଟ ୨୦ଟି ରାଜ୍ୟ ବଜାରରୁ ଋଣ କରିବେ। ଏହି ରାଜ୍ୟଗୁଡିକ ମୋଟ ୬୮,୮୨୫ କୋଟି ଟଙ୍କାର ଋଣ ଉଠାଇବେ ବୋଲି ଜଣାପଡିଛି। ଖୋଲା ବଜାରରୁ ଋଣ ଉଠାଇବା ଲାଗି ଏହି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ ପ୍ରସଙ୍ଗ ନେଇ ଜିଏସ୍‌ଟି ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କୌଣସି ସହମତି ପ୍ରକାଶ ପାଇପାରିନାହିଁ। ଜିଏସ୍‌ଟି ରାଜସ୍ବ ହ୍ରାସ ହେଉ ଥିବାରୁ ରାଜ୍ୟଗୁଡିକୁ ଋଣ କରନ୍ତୁ ବୋଲି କେନ୍ଦ୍ର କହି ଆସୁଛି। ତେବେ କ୍ଷତିପୂରଣ ପ୍ରସଙ୍ଗ ସମାଧାନ ନ ହେବାର ଗୋଟିଏ ଦିନ ପରେ ନୂଆ ନିଷ୍ପତ୍ତି ଆସିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ କରିବା ଲାଗି ମୋଟ ୨.୨୫ ଲକ୍ଷ କୋଟି ଟଙ୍କାର ନିଅଣ୍ଟ ପଡିବ ବୋଲି ଆକଳନ କରାଯାଇଛି। ଅଗଷ୍ଟ ମାସରେ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୨ଟି ବିଳଳ୍ପ ଯଥା- ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋରୁ ୯୭ ହଜାର କୋଟି କିମ୍ବା ବଜାରରୁ ୨.୩୫ ଲକ୍ଷ କୋଟି ଟଙ୍କାର ଋଣ ଉଠାଣ ନେଇ ବିକଳ୍ପ ପ୍ରଦାନ କରିଥିଲେ। ଏହାବାଦ ୨୦୨୨ ପରେ ମଧ୍ୟରେ ବିଳାସପୂର୍ଣ୍ଣ ଏବଂ ଅବକାରୀ ସାମଗ୍ରୀ ଉପରେ ସେସ୍‌ ଆଦାୟ ଜାରି ରଖିବାକୁ ମଧ୍ୟ ପ୍ରସ୍ତାବ ରହିଥିଲା। ଅଗଷ୍ଟ ୨୭ରେ ହୋଇଥିବା ଜିଏସ୍‌ଟି ପରିଷଦ ବୈଠକରେ କ୍ଷତିପୂରଣର ୨ଟି ବିକଳ୍ପ ସମ୍ପର୍କରେ କେନ୍ଦ୍ର ପ୍ରସ୍ତାବ ଦେଇଥିଲା। ଅଗଷ୍ଟ ୨୯ରେ ଏ ନେଇ ରାଜ୍ୟଗୁଡିକୁ ଅବଗତ କରାଯାଇଥିଲା।
ମଙ୍ଗଳବାର ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ରାଜ୍ୟଗୁଡିକୁ ୬୮,୮୨୫ କୋଟି ଟଙ୍କାର ଋଣ ଉଠାଣ ନେଇ ଅନୁମତି ପ୍ରଦାନ କରାଯାଇଛି। ବଜାରରୁ ଋଣ ଉଠାଇବା ଲାଗି ଅନୁମତି ଦିଆଯାଇଥିବା ୨୦ ରାଜ୍ୟ ମଧ୍ୟରେ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର,ଗୋଆ, ଗୁଜରାଟ, ହରିୟାଣା,ହିମାଞ୍ଚଳ ପ୍ରଦେଶ, କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ସିକିମ, ତ୍ରିପୁରା, ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ରହିଛି। ଅନ୍ୟ ୮ ରାଜ୍ୟ ୨ଟି ବିକଳ୍ପ ମଧ୍ୟରୁ କୌଣସି ଗୋଟିଏକୁ ମଧ୍ୟ ବର୍ତ୍ତମାନ ଯାଏ ଗ୍ରହଣ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri