୬୮,୮୨୫ କୋଟି ଋଣ କରିବେ ରାଜ୍ୟ

ନୂଆଦିଲ୍ଲୀ: ଜିଏସ୍‌ଟି ରାଜସ୍ବ ହ୍ରାସକୁ ଭରଣା କରିବା ଲାଗି ଓଡ଼ିଶା ସମେତ ମୋଟ ୨୦ଟି ରାଜ୍ୟ ବଜାରରୁ ଋଣ କରିବେ। ଏହି ରାଜ୍ୟଗୁଡିକ ମୋଟ ୬୮,୮୨୫ କୋଟି ଟଙ୍କାର ଋଣ ଉଠାଇବେ ବୋଲି ଜଣାପଡିଛି। ଖୋଲା ବଜାରରୁ ଋଣ ଉଠାଇବା ଲାଗି ଏହି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ ପ୍ରସଙ୍ଗ ନେଇ ଜିଏସ୍‌ଟି ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କୌଣସି ସହମତି ପ୍ରକାଶ ପାଇପାରିନାହିଁ। ଜିଏସ୍‌ଟି ରାଜସ୍ବ ହ୍ରାସ ହେଉ ଥିବାରୁ ରାଜ୍ୟଗୁଡିକୁ ଋଣ କରନ୍ତୁ ବୋଲି କେନ୍ଦ୍ର କହି ଆସୁଛି। ତେବେ କ୍ଷତିପୂରଣ ପ୍ରସଙ୍ଗ ସମାଧାନ ନ ହେବାର ଗୋଟିଏ ଦିନ ପରେ ନୂଆ ନିଷ୍ପତ୍ତି ଆସିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ କରିବା ଲାଗି ମୋଟ ୨.୨୫ ଲକ୍ଷ କୋଟି ଟଙ୍କାର ନିଅଣ୍ଟ ପଡିବ ବୋଲି ଆକଳନ କରାଯାଇଛି। ଅଗଷ୍ଟ ମାସରେ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୨ଟି ବିଳଳ୍ପ ଯଥା- ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋରୁ ୯୭ ହଜାର କୋଟି କିମ୍ବା ବଜାରରୁ ୨.୩୫ ଲକ୍ଷ କୋଟି ଟଙ୍କାର ଋଣ ଉଠାଣ ନେଇ ବିକଳ୍ପ ପ୍ରଦାନ କରିଥିଲେ। ଏହାବାଦ ୨୦୨୨ ପରେ ମଧ୍ୟରେ ବିଳାସପୂର୍ଣ୍ଣ ଏବଂ ଅବକାରୀ ସାମଗ୍ରୀ ଉପରେ ସେସ୍‌ ଆଦାୟ ଜାରି ରଖିବାକୁ ମଧ୍ୟ ପ୍ରସ୍ତାବ ରହିଥିଲା। ଅଗଷ୍ଟ ୨୭ରେ ହୋଇଥିବା ଜିଏସ୍‌ଟି ପରିଷଦ ବୈଠକରେ କ୍ଷତିପୂରଣର ୨ଟି ବିକଳ୍ପ ସମ୍ପର୍କରେ କେନ୍ଦ୍ର ପ୍ରସ୍ତାବ ଦେଇଥିଲା। ଅଗଷ୍ଟ ୨୯ରେ ଏ ନେଇ ରାଜ୍ୟଗୁଡିକୁ ଅବଗତ କରାଯାଇଥିଲା।
ମଙ୍ଗଳବାର ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ରାଜ୍ୟଗୁଡିକୁ ୬୮,୮୨୫ କୋଟି ଟଙ୍କାର ଋଣ ଉଠାଣ ନେଇ ଅନୁମତି ପ୍ରଦାନ କରାଯାଇଛି। ବଜାରରୁ ଋଣ ଉଠାଇବା ଲାଗି ଅନୁମତି ଦିଆଯାଇଥିବା ୨୦ ରାଜ୍ୟ ମଧ୍ୟରେ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର,ଗୋଆ, ଗୁଜରାଟ, ହରିୟାଣା,ହିମାଞ୍ଚଳ ପ୍ରଦେଶ, କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ସିକିମ, ତ୍ରିପୁରା, ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ରହିଛି। ଅନ୍ୟ ୮ ରାଜ୍ୟ ୨ଟି ବିକଳ୍ପ ମଧ୍ୟରୁ କୌଣସି ଗୋଟିଏକୁ ମଧ୍ୟ ବର୍ତ୍ତମାନ ଯାଏ ଗ୍ରହଣ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri