Posted inଜାତୀୟ

ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ

ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍‌ କୋଭାକ୍ସିନ ଟିକା ଦାମ୍‌ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍‌ ପ୍ରତି ୬୦୦ ଟଙ୍କାରେ ଯୋଗାଇ ଦିଆଯିବ। ଘରୋଇ ହସ୍ପିଟାଲଗୁଡ଼ିକ ୧,୨୦୦ ଟଙ୍କାରେ ଉକ୍ତ ଟିକା କିଣିପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ତେବେ କେନ୍ଦ୍ର ସରକାରଙ୍କୁ ପୂର୍ବ ଭଳି ୧୫୦ ଟଙ୍କାରେ ଟିକା ଯୋଗାଇ ଦିଆଯିବ। ଏହା ବ୍ୟତୀତ କୋଭାକ୍ସିନ ବିଦେଶକୁ ମଧ୍ୟ ରପ୍ତାନି କରାଯିବ। ଏଥିପାଇଁ ପ୍ରତି ଡୋଜ୍‌ ଦାମ୍‌ ୧୫ରୁ ୨୦ ଡଲାର (୧,୧୨୩ରୁ ୧,୪୯୮ ଟଙ୍କା) ରହିବ ବୋଲି କମ୍ପାନୀ କହିଛି।
ସୂଚନାଯୋଗ୍ୟ ମେ’ ୧ରୁ ସମସ୍ତ ସାବାଳକଙ୍କୁ ଟିକା ଦେବା ଲାଗି ସରକାର ଯୋଜନା କରିଥିବାବେଳେ ଟିକାକରଣ ନିୟମରେ ପରିବର୍ତ୍ତନ କରିଥିଲେ। ନୂଆ ନିୟମ ଅନୁଯାୟୀ ଉତ୍ପାଦିତ ଟିକାର ୫୦ ପ୍ରତିଶତ କେନ୍ଦ୍ର ସରକାରଙ୍କୁ ଯୋଗାଇବା ପରେ ଅବଶିଷ୍ଟ ୫୦ ପ୍ରତିଶତକୁ କମ୍ପାନୀ ରାଜ୍ୟ ସରକାର ଏବଂ ଖୋଲା ବଜାରକୁ ବିକ୍ରି କରିପାରିବ। ପୂର୍ବରୁ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଏହାର କୋଭିଶିଲ୍ଡ ଟିକା ଦର ରାଜ୍ୟ ସରକାରଙ୍କ ପାଇଁ ୪୦୦ ଏବଂ ଘରୋଇ ହସ୍ପିଟାଲ ପାଇଁ ୬୦୦ ଟଙ୍କା ଧାର୍ଯ୍ୟ କରିଥିଲା। ଏହା ସବୁଠୁ ମହଙ୍ଗା ଅଭିଯୋଗକୁ କମ୍ପାନୀ ଖଣ୍ଡନ କରିଛି। କୋଭିଶିଲ୍ଡ ସବୁଠୁ ଶସ୍ତା ବୋଲି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri