୪୭,୫୪୧ କୋଟିର ଟିକସ ପାଇବେ ରାଜ୍ୟ

ଭୁବନେଶ୍ୱର,୨୨।୧: କେନ୍ଦ୍ର ସରକାର କରୋନା ମହାମାରୀର ମୁକାବିଲା ପାଇଁ ରାଜ୍ୟଗୁଡ଼ିକୁ ଆର୍ଥିକ ସହାୟତା ଦେବାକୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଫଳରେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଟିକସ ବାବଦର ଅଗ୍ରିମ କିସ୍ତି ବଣ୍ଟନ କରିବାକୁ ନିକଟରେ ଆବଶ୍ୟକ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟଗୁଡ଼ିକୁୁ ଟିକସ ଭାଗର ୨ୟ ଅଗ୍ରିମ କିସ୍ତି ପ୍ରଦାନ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ୨ୟ ଅଗ୍ରିମ କିସ୍ତିରେ ରାଜ୍ୟଗୁଡ଼ିକୁୁ ମୋଟ ୪୭,୫୪୧ କୋଟି ଟଙ୍କା ପ୍ରଦାନ କରାଯିବ। ଜାନୁୟାରୀରେ ମିଳିବାକୁ ଥିବା ୪୭,୫୪୧ କୋଟିର ନିୟମିତ ଟିକସ ଭାଗ ସହ ଅତିରିକ୍ତ ଭାବେ ଏହି ଅଗ୍ରିମ ରାଶି ମିଶାଇ ମୋଟ ୯୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଏହି ନିୟମିତ କିସ୍ତି ଓ ଅଗ୍ରିମ କିସ୍ତି ବାବଦରେ ଓଡ଼ିଶା ପ୍ରାୟ ୨୧୫୨.୬୬ କୋଟି ଟଙ୍କା ପାଇବ। ଏଣୁ ନିୟମିତ ଓ ଅଗ୍ରିମ କିସ୍ତିକୁ ମିଶାଇ ଚଳିତ ମାସରେ ଓଡ଼ିଶା ମୋଟ ୪୩୦୫.୩୨ କୋଟି ଟଙ୍କା ପାଇବ। କେନ୍ଦ୍ର ସରକାର ଗତ ନଭେମ୍ବର ୨୨ରେ ଟିକସ ଭାଗର ପ୍ରଥମ ଅଗ୍ରିମ କିସ୍ତି ରାଜ୍ୟଗୁଡ଼ିକୁୁ ପ୍ରଦାନ କରିଥିଲେ। ଏହି ୨ କିସ୍ତିକୁ ମିଶାଇ ରାଜ୍ୟଗୁଡ଼ିକ ଜାନୁୟାରୀ ସୁଦ୍ଧା ଅତିରିକ୍ତ ୯୦,୦୮୨ କୋଟି ଟଙ୍କା ପାଇସାରିଲେଣି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଜିଏସ୍‌ଟି କ୍ଷତିପୂରଣ ବାବଦରେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଋଣ ଆକାରରେ ୧.୫୯ ଲକ୍ଷ କୋଟି ଟଙ୍କା ପ୍ରଦାନ କରିସାରିଛନ୍ତି। ଟିକସ ସଂଗ୍ରହର ୪୧% ଅଂଶ ରାଜ୍ୟଗୁଡିକୁ ମିଳିଥାଏ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri