Posted inଜାତୀୟ

ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…

ନୂଆଦିଲ୍ଲୀ,୧୩।୧୨: ଲୋକ ସଭାରେ ବୁଧବାର ୨ ଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଡେଇଁ ହଙ୍ଗାମା କରିଥିଲେ। ଉଭୟଙ୍କ ପରିଚୟ ସାଗର ଏବଂ ମନୋରଞ୍ଜନ ଭାବେ ହୋଇଛି। ଦୁହେଁ ହଠାତ୍‌ ଗ୍ୟାଲେରୀରୁ ଡେଇଁ ପଡ଼ି ଧୂଆଁ ଛାଡ଼ିବା ଯୋଗୁ ଗୃହରେ ଭୟର ବାତାବରଣ ଖେଳି ଯାଇଥିଲା। ସଂସଦ ଆକ୍ରମଣ ବାର୍ଷିକୀରେ ପୁଣିଥରେ ଆତଙ୍କବାଦୀମାନେ ପଶି ଆସିଥିବା ସନ୍ଦେହ କରାଯାଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣା ପରେ ସଂସଦକୁ ମୁଲତବୀ କରାଯାଇଛି।
ଘଟଣା ପରେ ମନୋରଞ୍ଜନଙ୍କ ବାପା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୁଅଙ୍କ ଏଭଳି କାର୍ଯ୍ୟକୁ ବିଶ୍ୱାସ କରିପାରୁ ନ ଥିବା କହିଛନ୍ତି।  ଏହାଛଡ଼ା ପୁଅ ତାଙ୍କୁ ବାଙ୍ଗାଲୁରୁ ଯାଉଥିବା କହିଥିଲେ। ସେ ତାଙ୍କ ସହ ବିଲରେ କାମ କରିଥାନ୍ତି। ହେଲେ ବୁଲିବା ଲାଗି ଅଲଗା ସହରକୁ ଯିବାକୁ ପସନ୍ଦ କରିଥାନ୍ତି। ଏଣୁ ତାଙ୍କ ପାଇଁ ଦିଲ୍ଲୀ ନଚେତ ବାଙ୍ଗାଲୋର ଯିବା ସାଧାରଣ କଥା ଥିଲା। ତାଙ୍କର କୌଣସି ଖରାପ ଅଭ୍ୟାସ ନ ଥିଲା। ତାଙ୍କର ସଂସଦ ଯିବା ବିଷୟରେ ଜାଣି ନ ଥିଲି। ଦେଖିବାକୁ ଗଲେ ଆମେ କୃଷକ ପରିବାରର। ଘଟଣା ବିଷୟରେ ଶୁଣିବା ପରେ କିଛି ବି ବୁଝିପାରୁନାହିଁ। କେବଳ ଏଭଳି କାମକୁ ନିନ୍ଦା କରୁଛି। ଲୋକ ସଭା ଆମର ସମ୍ପତ୍ତି। ସେଠାରେ ହଙ୍ଗାମା କରିବା ନିନ୍ଦନୀୟ। ବାପା ହିସାବରେ ଏଭଳି ଘଟଣାକୁ ଗ୍ରହଣ କରିବେ ନାହିଁ ବୋଲି ମଧ୍ୟ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri