ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ

ଡେରାବିଶ, ୧୦ା୫ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ସାଧାରଣ ଲୋକଙ୍କ ପାନୀୟ ଜଳ କଷ୍ଟ ଦୂର କରିବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଜରିଆରେ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ଅକ୍ଷୟ ଶକ୍ତି ଦ୍ୱାରା ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସୋଲାର ସିଷ୍ଟମ ମାଧ୍ୟମରେ ୨୦୧୬ରେ କେନ୍ଦ୍ରାପଡ଼ା ଜିଲାର ଡେରାବିଶ ବ୍ଲକ ଅଧୀନ ଚାଟରାଚକଡ଼ା ପଞ୍ଚାୟତର ଛତାଠାରେ ରାଜ୍ୟର ପ୍ରଥମ ସୋଲାର ପମ୍ପ ଲଗାଯାଇଥିଲା। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏହି ପ୍ରକଳ୍ପଟିକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ୧୨୮.୮୫ ଲକ୍ଷ ଟଙ୍କା ବ୍ୟୟରେ ୧ ଲକ୍ଷ ଲିଟର ବିଶିଷ୍ଟ ଏକ ଓଭରହେଡ଼ ଟ୍ୟାଙ୍କ ମଧ୍ୟ ନିର୍ମାଣ କରାଯାଇଥିଲା। ଲକ୍ଷ୍ୟ ଥିଲା ଚାଟରାଚକଡ଼ା ପଞ୍ଚାୟତର ୪ଟି ଗ୍ରାମ ଯଥା ଚାଟରାଚକଡ଼ା, ମୁକୁନ୍ଦପୁର, ହାପିମେଳକ ଓ ଚାଟରାଶାସନ ଗ୍ରାମର ୩୬୧୯ ଜଣ ହିତାଧିକାରୀଙ୍କୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ହେଲେ ଏହି ପ୍ରକଳ୍ପଟି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସିନତା ଓ ରକ୍ଷଣାବେକ୍ଷଣ ଅଭାବରୁ ୨୦୧୮ରୁ ଅଚଳ ହୋଇପଡ଼ିଛି। ପାନୀୟ ଜଳରୁ ବଞ୍ଚତ୍ତ ହେଉଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କ ଅଭିଯୋଗ ପରେ ବିଭାଗୀୟ କର୍ତ୍ତୃପକ୍ଷ ସୋଲାର ପମ୍ପ ମରାମତି ବଦଳରେ ଏହି ପମ୍ପକୁ ବିଦ୍ୟୁତ୍‌ ସଂଯୋଗ କରି କାର୍ଯ୍ୟକ୍ଷମ କରିଥିଲେ। ମାତ୍ର ଉପରୋକ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ଯୋଗାଇବା ପାଇଁ ପାଇପ୍‌ ବିଛା ଯାଇଥିଲେ ମଧ୍ୟ ପାନୀୟ ଜଳ ଠିକ୍‌ ଭାବେ ଲୋକମାନେ ପାଇ ନ ଥିଲେ। ଚଳିତ ବର୍ଷ ମାର୍ଚ୍ଚ ମାସ ଶେଷ ସପ୍ତାହଠାରୁ ଏଯାଏ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଥିବା ସମ୍ପୃକ୍ତ ଗ୍ରାମବାସୀ ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କଠାରୁ ଆରମ୍ଭ କରି କେନ୍ଦ୍ରାପଡ଼ା ନିର୍ବାହୀ ଯନ୍ତ୍ରୀଙ୍କ ଯାଏ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏପରି କି ଚାଟରାଚକଡ଼ା ସରପଞ୍ଚ ମମତା ରାଉତ ପ୍ରଥମ ପଞ୍ଚାୟତ ସମିତି ବୈଠକରେ ତୁରନ୍ତ ପାଇପ୍‌ ଯୋଗେ ପାନୀୟ ଜଳ ତାଙ୍କ ପଞ୍ଚାୟତରେ ଯୋଗାଇ ଦେବା ପାଇଁ ଦାବି ଜଣାଇଥିଲେ। ଏ ବିଷୟରେ ସରପଞ୍ଚ ରାଉତ କହିଛନ୍ତି, ମେ ମାସ ମଧ୍ୟ ଭାଗ ହୋଇଥିଲେ ମଧ୍ୟ ଏହି ସମସ୍ୟାର ସମାଧାନ ପାଇଁ ବ୍ଲକ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ତାଙ୍କ ସହ ଥରୁଟିଏବି ଆଲୋଚନା କରି ନ ଥିବା ଅଭିଯୋଗ କରିଛନ୍ତି। ଚାଟରାଚକଡ଼ା ପଞ୍ଚାୟତର ଏହି ୪ ଗ୍ରାମ ନୁହେଁ ପଞ୍ଚାୟତ ଅଧୀନ ୯, ୧୦ ଓ ୧୧ ନଂ. ୱାର୍ଡ଼ରେ ପାଇପ୍‌ ବିଛା ଯାଇଥିଲେ ମଧ୍ୟ ଏହି ୩ଟି ୱାର୍ଡ଼ର ଅଧିବାସୀ ପାନୀୟଜଳ ପାଇବାରୁ ବଞ୍ଚତ୍ତ ଥିବା ସେ କହିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ରାଉତ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ଜଣାଇଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠଯନ୍ତ୍ରୀ ବିଭୁଦତ୍ତ ଦାସଙ୍କୁ ପଚାରିବାର ପାଇପ୍‌ ବିଛା ଯାଇଥିବା ଚାଟରାଚକଡ଼ା ଗ୍ରାମ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ରାସ୍ତା ନିର୍ମାଣ ଚାଲି ଥିବାରୁ ସମ୍ପୃକ୍ତ ଠିକା ସଂସ୍ଥା ପାଇପ୍‌କୁ ବିଚ୍ଛିନ୍ନ କରି ଦେଇଛନ୍ତି। ରାସ୍ତା କାମ ସରିବା ପରେ ଏହି ଗ୍ରାମଗୁଡ଼ିକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇ ଦେବା ପାଇଁ ସେ କହିଛନ୍ତି। ଅଚଳ ସୋଲାର ପମ୍ପ ବିଷୟରେ ଯନ୍ତ୍ରୀ ଦାସଙ୍କୁ ପଚାରିବାରୁ ଗତ ୬ ମାସ ତଳୁ ଏହି ପମ୍ପଟି ଚୋରି ହୋଇଯାଇଛି। ଏ ବିଷୟରେ ଡେରାବିଶ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଲୋକଙ୍କୁ ପାଣି ଯୋଗାଇବାକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ମାତ୍ର ପୂର୍ବତନ ସରପଞ୍ଚ ରମେଶ ଚନ୍ଦ୍ର ଦାସ କହିଛନ୍ତି, ବିଭାଗୀୟ ଅପାରଗତା ପାଇଁ ଏହି ୪ଟି ଗ୍ରାମର ଅଧିବାସୀ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୁରନ୍ତ ଏହାର ସମାଧାନ ନ ହେଲେ ଅଞ୍ଚଳବାସୀଙ୍କ ପକ୍ଷରୁ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri