ଟ୍ରାକ୍‌କୁ ଫେରିଲା ଶେୟାର ବଜାର; ନିବେଶକଙ୍କୁ ୩.୫୨ ଲକ୍ଷ କୋଟି ଟଙ୍କା ଲାଭ

ନୂଆଦିଲ୍ଲୀ: ଗତ ୬ଦିନ ହେବ ଦେଶର ପୁଞ୍ଜିବଜାରରେ ହ୍ରାସ ଧାରା ଲାଗି ରହିଥିଲା। ଏହି ସମୟ ମଧ୍ୟରେ ନିବେଶକମାନେ ପ୍ରାୟ ୧୧ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ କ୍ଷତି ସହିଛନ୍ତି। ଶୁକ୍ରବାର ଶେୟାର ବଜାର ଟ୍ରାକ୍‌କୁ ଫେରିଥିବା ଜଣାପଡିଛି। ଏହି ସମୟରେ ନିବେଶକଙ୍କୁ ୩.୫୨ ଲକ୍ଷ କୋଟି ଟଙ୍କା ଲାଭ ହୋଇଛି। ଶୁକ୍ରବାର ସେନ୍‌ସେକ୍ସ ୮୩୫.୦୬ ପଏଣ୍ଟ ବା ୨.୨୮% ଉଚ୍ଚରେ ରହି ୩୭,୨୮୮ ପଏଣ୍ଟରେ କାରବାର ବନ୍ଦ ହୋଇଛି। ଏହା ପୂର୍ବରୁ ଗୁରୁବାର ସେନ୍‌ସେକ୍ସ ୧,୧୧୪ ପଏଣ୍ଟ ଖସି ୩୬,୫୫୩ ପଏଣ୍ଟରେ ବନ୍ଦ ହୋଇଥିଲା। ସାରା ଦେଶରେ ଶେୟାର କାରବାର ଉନ୍ନତ ହେବାରୁ ବଜାରରେ ଏଭଳି ସ୍ଥିତି ଦେଖିବାକୁ ମିଳିଥିବା ଚଏସ୍‌ ବ୍ରୋକିଂ କମ୍ପାନୀର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁମିତ ବାଗାଡିଆ ସୂଚନା ଦେଇଛନ୍ତି।
ଭାରତୀ ଏୟାରଟେଲ, ବଜାଜ ଫିନସର୍ଭ, ଏଚ୍‌ସିଏଲ୍‌, ଇଣ୍ଡସଇଣ୍ଡ ବ୍ୟାଙ୍କ, ଟିସିଏସ୍‌, ଏଲ୍‌ଆଣ୍ଡଟି, ଆଇସିଆଇସିଆଇ ବ୍ୟାଙ୍କ, ଓଏନ୍‌ଜିସି ଭଳି କମ୍ପାନୀର ଶେୟାର କାରବାର ଉନ୍ନତ ରହିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ମିଡ୍‌ କ୍ୟାପ ଏବଂ ସ୍ମଲ କ୍ୟାପ ସୂଚୀ ଏହି ସମୟରେ ୨.୯୦ ପଏଣ୍ଟ ଉଚ୍ଚରେ ରହିଛି। କରୋନା ମହାମାରୀ ଏବଂ ବିଶ୍ୱ ବଜାର ଚାପ ଭାରତ ଶେୟାର ବଜାର ଉପରେ ପଡିଥିଲା। ଫଳରେ ସେନ୍‌ସେକ୍ସରେ ଗତ ୬ ଦିନ ହେବ ଲଗାତର ହ୍ରାସ ଧାରା ଲାଗି ରହିଥିଲା। ଏହାର ପ୍ରଭାବ ଶୁକ୍ରବାର ବଜାର ଉପରେ ପ୍ରାୟ ନାହିଁ। ଫଳରେ କାରବାର ଟ୍ରାକ୍‌କୁ ଫେରିଥିବା ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri