ସନ୍ଧ୍ୟା ୬ ପରେ ଦୋକାନ ବନ୍ଦ

ପୁରୀ ଅଫିସ,୩୦।୪: ବଢୁଥିବା କୋଭିଡ୍‌ ସଂକ୍ରମଣକୁ ରୋକିବା ପାଇଁ ପୁରୀ ସହରରେ କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୁରୀ ସହରର ସମସ୍ତ ଦୋକାନ ଶୁକ୍ରବାରଠାରୁ ସକାଳ ୫ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଔଷଧ ଦୋକାନ ସମେତ ଷ୍ଟ୍ରିଟ୍‌ ଫୁଡ୍‌, ଖାଦ୍ୟ ପ୍ରସ୍ତୁତ କରୁଥିବା ଦୋକାନ ଓ ରେଷ୍ଟୁରାଣ୍ଟ ରାତ୍ର ୯ଟା ପର୍ଯ୍ୟନ୍ତ ଖୋଲା ରହିବ। ତେବେ ଦୋକାନୀମାନେ କେବଳ ପାର୍ସଲ ଯୋଗେ ଖାଦ୍ୟ ଦେଇପାରିବେ। ଦୋକାନ ସାମ୍ନାରେ ଗ୍ରାହକଙ୍କୁ ଖାଦ୍ୟ ଖାଇବାକୁ ଅନୁମତି ଦିଆଯିବ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ସଂକ୍ରମଣର ମାତ୍ରା ଅହେତୁକ ଭାବେ ବଢ଼ିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ପୁରୀ ବ୍ୟବସାୟୀ ସଂଘ ବୁଧବାର ଜିଲାପାଳଙ୍କୁ ଭେଟି ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲିବା ପାଇଁ ଅପିଲ କରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା ହୋଇଥିଲା। ତେବେ କ୍ଷୁଦ୍ର ବ୍ୟବସାୟୀମାନେ ପାଇକାରୀ ବ୍ୟବସାୟୀ ସଂଘର ଏଭଳି ନିଷ୍ପତ୍ତିକୁ ବିରୋଧ କରିଥିଲେ। ସନ୍ଧ୍ୟା ୬ଟାରେ ଦୋକାନ ବଜାର ବନ୍ଦ ହୋଇଗଲେ ଗୁଜୁରାଣ ମେଣ୍ଟାଇବା କଷ୍ଟକର ହେବ ବୋଲି ସେମାନେ ମତ ରଖିଥିଲେ। ବିଭିନ୍ନ ବ୍ୟବସାୟୀ ସଙ୍ଗଠନ ସହ ଆଲୋଚନା କରିବା ପରେ ଜିଲା ପ୍ରଶାସନ ସନ୍ଧ୍ୟା ୬ଟା ପରେ କେବଳ ଖାଦ୍ୟ ବିକ୍ରୟ କରୁଥିବା ଦୋକାନୀଙ୍କୁ ବ୍ୟବସାୟ ଲାଗି ଅନୁମତି ଦେଇଛି। ଏନେଇ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ କହିଛନ୍ତି, ବ୍ୟବସାୟୀ ସଙ୍ଗଠନ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଶୁକ୍ରବାରଠାରୁ ଏହାକୁ କାର୍ଯ୍ୟକାରୀ କରାଯିବ। ଦିନ ବେଳା ମ୍ୟୁନିସିପାଲିଟି ଟିମ୍‌ ଏନେଇ ଜନସାଧାରଣ ଓ ଦୋକାନୀଙ୍କୁ ସଚେତନ କରିବ। ଅନ୍ୟପକ୍ଷରେ ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ ଗୁରୁବାର ଅପରାହ୍ନ ୨ଟା ପରେ ପୁରୀ ସହରର ଅଧିକାଂଶ ଦୋକାନ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବଳଗଣ୍ଡି, ମାର୍କେଟ ଛକ, ମରିଚିକୋଟ୍‌ ଓ ବଡ଼ଶଙ୍ଖ ପରିବା ମାର୍କେଟରେ କାଁ ଭାଁ ଦୋକାନ ଖୋଲା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri