ସନ୍ଧ୍ୟା ୬ ପରେ ଦୋକାନ ବନ୍ଦ

ପୁରୀ ଅଫିସ,୩୦।୪: ବଢୁଥିବା କୋଭିଡ୍‌ ସଂକ୍ରମଣକୁ ରୋକିବା ପାଇଁ ପୁରୀ ସହରରେ କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୁରୀ ସହରର ସମସ୍ତ ଦୋକାନ ଶୁକ୍ରବାରଠାରୁ ସକାଳ ୫ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଔଷଧ ଦୋକାନ ସମେତ ଷ୍ଟ୍ରିଟ୍‌ ଫୁଡ୍‌, ଖାଦ୍ୟ ପ୍ରସ୍ତୁତ କରୁଥିବା ଦୋକାନ ଓ ରେଷ୍ଟୁରାଣ୍ଟ ରାତ୍ର ୯ଟା ପର୍ଯ୍ୟନ୍ତ ଖୋଲା ରହିବ। ତେବେ ଦୋକାନୀମାନେ କେବଳ ପାର୍ସଲ ଯୋଗେ ଖାଦ୍ୟ ଦେଇପାରିବେ। ଦୋକାନ ସାମ୍ନାରେ ଗ୍ରାହକଙ୍କୁ ଖାଦ୍ୟ ଖାଇବାକୁ ଅନୁମତି ଦିଆଯିବ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ସଂକ୍ରମଣର ମାତ୍ରା ଅହେତୁକ ଭାବେ ବଢ଼ିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ପୁରୀ ବ୍ୟବସାୟୀ ସଂଘ ବୁଧବାର ଜିଲାପାଳଙ୍କୁ ଭେଟି ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲିବା ପାଇଁ ଅପିଲ କରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା ହୋଇଥିଲା। ତେବେ କ୍ଷୁଦ୍ର ବ୍ୟବସାୟୀମାନେ ପାଇକାରୀ ବ୍ୟବସାୟୀ ସଂଘର ଏଭଳି ନିଷ୍ପତ୍ତିକୁ ବିରୋଧ କରିଥିଲେ। ସନ୍ଧ୍ୟା ୬ଟାରେ ଦୋକାନ ବଜାର ବନ୍ଦ ହୋଇଗଲେ ଗୁଜୁରାଣ ମେଣ୍ଟାଇବା କଷ୍ଟକର ହେବ ବୋଲି ସେମାନେ ମତ ରଖିଥିଲେ। ବିଭିନ୍ନ ବ୍ୟବସାୟୀ ସଙ୍ଗଠନ ସହ ଆଲୋଚନା କରିବା ପରେ ଜିଲା ପ୍ରଶାସନ ସନ୍ଧ୍ୟା ୬ଟା ପରେ କେବଳ ଖାଦ୍ୟ ବିକ୍ରୟ କରୁଥିବା ଦୋକାନୀଙ୍କୁ ବ୍ୟବସାୟ ଲାଗି ଅନୁମତି ଦେଇଛି। ଏନେଇ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ କହିଛନ୍ତି, ବ୍ୟବସାୟୀ ସଙ୍ଗଠନ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଶୁକ୍ରବାରଠାରୁ ଏହାକୁ କାର୍ଯ୍ୟକାରୀ କରାଯିବ। ଦିନ ବେଳା ମ୍ୟୁନିସିପାଲିଟି ଟିମ୍‌ ଏନେଇ ଜନସାଧାରଣ ଓ ଦୋକାନୀଙ୍କୁ ସଚେତନ କରିବ। ଅନ୍ୟପକ୍ଷରେ ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ ଗୁରୁବାର ଅପରାହ୍ନ ୨ଟା ପରେ ପୁରୀ ସହରର ଅଧିକାଂଶ ଦୋକାନ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବଳଗଣ୍ଡି, ମାର୍କେଟ ଛକ, ମରିଚିକୋଟ୍‌ ଓ ବଡ଼ଶଙ୍ଖ ପରିବା ମାର୍କେଟରେ କାଁ ଭାଁ ଦୋକାନ ଖୋଲା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri