ସକାଳ ୬ରୁ ଅପରାହ୍ନ ୫ ଦୋକାନ ଖୋଲା

ଖୋର୍ଦ୍ଧା ଅଫିସ,୩।୮ ଖୋର୍ଦ୍ଧା, ଜଟଣୀ ପୌର ପରିଷଦ ଏବଂ ବାଣପୁର ଓ ବାଲୁଗାଁ ଏନଏସିର ବ୍ୟବସାୟୀ ସଂଘ ସହିତ ରବିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ ମାନି ବ୍ୟବସାୟ କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଜିଲାପାଳ କହିଛନ୍ତି, ସାପ୍ତାହିକ ଶଟଡାଉନ (ଶନି ଓ ରବିବାର) ଜାରି ରହିବ। ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୬ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦେକାନ ବଜାର ଖୋଲାରହିବ। ଏହା ଆସନ୍ତା ୪ରୁ କାର୍ଯ୍ୟକାରୀ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଅପରାହ୍ନ ୫ଟା ପରେ ମେଡିସିନ ଷ୍ଟୋର, ପେଟ୍ରୋଲ ପମ୍ପ ବ୍ୟତୀତ ଅନ୍ୟ କୌଣସି ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ। ସମସ୍ତ ବ୍ୟବସାୟୀ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦେବେ। କୋଭିଡ ଗାଇଡ୍‌ଲାଇନ ଉଲ୍ଲଘଂନ କଲେ ଦୋକାନ ସିଲ୍‌ ସହ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ଜନସ୍ବାର୍ଥ ଓ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ କହିଛନ୍ତି। ଏହି ବୈଠକରେ ୩୦ଟି ବ୍ୟବସାୟୀ ସଂଘ ସଭାପତି ଓ ସମ୍ପାଦକ ଯୋଗଦେଇ ନିଜ ମତ ରଖିଥିଲେ। ପିଡି ଡିଆର୍‌ଡିଏ ଦିଗନ୍ତ ରାଉତରାୟ, ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ, ପୌରକାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ ଏବଂ ଭୁବନେଶ୍ୱର ଉପଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri