ସକାଳ ୬ରୁ ଅପରାହ୍ନ ୫ ଦୋକାନ ଖୋଲା

ଖୋର୍ଦ୍ଧା ଅଫିସ,୩।୮ ଖୋର୍ଦ୍ଧା, ଜଟଣୀ ପୌର ପରିଷଦ ଏବଂ ବାଣପୁର ଓ ବାଲୁଗାଁ ଏନଏସିର ବ୍ୟବସାୟୀ ସଂଘ ସହିତ ରବିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ ମାନି ବ୍ୟବସାୟ କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଜିଲାପାଳ କହିଛନ୍ତି, ସାପ୍ତାହିକ ଶଟଡାଉନ (ଶନି ଓ ରବିବାର) ଜାରି ରହିବ। ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୬ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦେକାନ ବଜାର ଖୋଲାରହିବ। ଏହା ଆସନ୍ତା ୪ରୁ କାର୍ଯ୍ୟକାରୀ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଅପରାହ୍ନ ୫ଟା ପରେ ମେଡିସିନ ଷ୍ଟୋର, ପେଟ୍ରୋଲ ପମ୍ପ ବ୍ୟତୀତ ଅନ୍ୟ କୌଣସି ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ। ସମସ୍ତ ବ୍ୟବସାୟୀ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦେବେ। କୋଭିଡ ଗାଇଡ୍‌ଲାଇନ ଉଲ୍ଲଘଂନ କଲେ ଦୋକାନ ସିଲ୍‌ ସହ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ଜନସ୍ବାର୍ଥ ଓ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ କହିଛନ୍ତି। ଏହି ବୈଠକରେ ୩୦ଟି ବ୍ୟବସାୟୀ ସଂଘ ସଭାପତି ଓ ସମ୍ପାଦକ ଯୋଗଦେଇ ନିଜ ମତ ରଖିଥିଲେ। ପିଡି ଡିଆର୍‌ଡିଏ ଦିଗନ୍ତ ରାଉତରାୟ, ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ, ପୌରକାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ ଏବଂ ଭୁବନେଶ୍ୱର ଉପଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ…

ଏଇ ଭାରତରେ

ଏକାଗ୍ରତାର ସହ ନୂତନତ୍ୱର ଅନ୍ବେଷଣ କଲେ ସଫଳତା ନିଶ୍ଚୟ ମିଳେ, ଯାହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ପ୍ରୟାଗରାଜର ବିମଳ କିଶୋର। ବିମଳ ଜଣେ ଦିବ୍ୟାଙ୍ଗ। ଏଣୁ ସେ…

ଶିକ୍ଷାନୁଷ୍ଠାନ ନେତୃତ୍ୱର ଅନ୍ତୁଡ଼ିଶାଳ

ଭଗବାନଙ୍କୁ ପୂଜା କରିବା ପାଇଁ ଆମେ ମନ୍ଦିରକୁ ଯାଉ। ଜ୍ଞାନ ଓ ଶିକ୍ଷା ରୂପକ ଅମୂଲ୍ୟ ରତ୍ନ ହାସଲ କରିବା ପାଇଁ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି। ଏହି…

ନିବେଶ ଚମକ, ତୃଷାର ଛାୟା

ଭାରତରେ ଗୁଗଲ୍‌ର ପ୍ରସ୍ତାବିତ ଡାଟା ସେଣ୍ଟର ଏବଂ ଏହା ସହିତ ଜଡ଼ିତ ଜଳ ସଙ୍କଟ ଏକ ଗଭୀର ବିଡ଼ମ୍ବନାର ପର୍ଦ୍ଦାଫାଶ କରୁଛି। ସରକାର ଏହାକୁ ‘ଐତିହାସିକ ନିବେଶ’…

ପ୍ରଯୁକ୍ତିବିଦ୍ୟାର ଚମତ୍କାରିତା: ଏଣିକି ଇଣ୍ଟରନେଟ୍‌ରେ ପଠାଇହେବ ସୁଗନ୍ଧ

ୱାଶିଂଟନ, ୨୬ା୧୦: ଡିଜିଟାଲ ଦୁନିଆରେ ବର୍ତ୍ତମାନ ସୁଦ୍ଧା ଆମେ କେବଳ ଫଟୋ, ଭିଡିଓ ଏବଂ ଅଡିଓ ଶେୟାର୍‌ କରିପାରୁଛୁ। କିନ୍ତୁ ଏବେ ଦୂରରେ ଥାଇ ମଧ୍ୟ ପରସ୍ପରକୁ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?