ବାତ୍ୟା ବଦଳାଇଲା ମୋଡ, ଏଇଠି ପିଟି ହୋଇଯିବ, ଲୋକେ ଛାନିଆ…

ଭୁବନେଶ୍ୱର,୨୪।୧୦: ଲ୍ୟାଣ୍ଡଫଲ ନେଇ ବଡ଼ ଆକଳନ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

କିନ୍ତୁ ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

ଆsକଳନ କରାଯାଉଛି ଯେ, ବାତ୍ୟା କେନ୍ଦ୍ରାପଡା ତାଳଚୁଆରେ ଲ୍ୟାଣ୍ଡ କରିପାରେ। ଭିତରକନିକା- ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବାକୁ ନେଇ ପୂର୍ବରୁ ମଧ୍ୟ ଆକଳନ କରିସାରିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri