ବାତ୍ୟା ବଦଳାଇଲା ମୋଡ, ଏଇଠି ପିଟି ହୋଇଯିବ, ଲୋକେ ଛାନିଆ…

ଭୁବନେଶ୍ୱର,୨୪।୧୦: ଲ୍ୟାଣ୍ଡଫଲ ନେଇ ବଡ଼ ଆକଳନ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

କିନ୍ତୁ ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

ଆsକଳନ କରାଯାଉଛି ଯେ, ବାତ୍ୟା କେନ୍ଦ୍ରାପଡା ତାଳଚୁଆରେ ଲ୍ୟାଣ୍ଡ କରିପାରେ। ଭିତରକନିକା- ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବାକୁ ନେଇ ପୂର୍ବରୁ ମଧ୍ୟ ଆକଳନ କରିସାରିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri