Posted inରାଜ୍ୟ

ପାଖେଇ ଆସୁଛି ବାତ୍ୟା ‘ନିଭାର’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ବାତ୍ୟା ‘ନିଭାର’ରେ ପରିଣତ ହୋଇଛି। ଏହା ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୨୫ କି.ମି ବେଗରେ ଗତିକରୁଛି। ଅବପାତ ପୁଡୁଚେରୀର ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି ଏବଂ ଦକ୍ଷିଣ-ପୂର୍ବ ତାମିଲନାଡୁର ୪୫୦ କି.ମି. ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ବାତ୍ୟା (ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି। ପବର ବେଗ ଘଣ୍ଟାକୁ ୧୦୦ରୁ ୧୨୦ କି.ମି. ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡିଶା ଉପରେ ନିଭାରର କୌଣସି ପ୍ରଭାବ ନାହିଁ। ବାତ୍ୟା ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ଓଡିଶାର ଅଳ୍ପ କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ କୋରାପୁଟ, ମାଲାନଗିରି, ରାୟଗଡା, ଗଜପତି, ଏବଂ ଗଞ୍ଜାମ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୬ ତାରିଖରେ କୋରାପୁଟ, ମାଲାନଗିରି, ରାୟଗଡା, ଗଜପତି, କନ୍ଧମାଳ ଜିଲାର ଅଳ୍ପ କେତେକ ସ୍ଥାନ ଏବଂ ଉପକୂଳବର୍ତ୍ତୀ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି। ବାତ୍ୟା ଯୋଗୁ ଓଡିଶା ଉପକୂଳରେ ୬୫ରୁ ୭୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ସମ୍ଭାବନ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟ ପକ୍ଷରେ ରାଜ୍ୟରେ ଗତ ଦୁଇଦିନ ହେବ ଶୀତର ପରିମାଣ ସାମାନ୍ୟ ବୃଦ୍ଧିପାଇଛି। ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗୀବାଡିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୧, ଅନୁଗୋଳ ୧୧.୬, ବାରିପଦା ୧୨, କେନ୍ଦୁଝର ୧୨.୪, ଝାରସୁଗୁଡା ୧୩.୮, ଭବାନୀପାଟଣkା ୧୩.୬, ତାଳଚେର ୧୨.୫, କୋରାପୁଟ ୧୪, କଟକ ୧୪.୫, ଚାନ୍ଦବାଲି ୧୪.୮, ବାଲେଶ୍ୱର ୧୫.୨, ହୀରାକୁଦ ୧୬.୧, ସୁନ୍ଦରଗଡ ୧୬, ସମ୍ବଲପୁର ୧୬.୩, ଭୁବନେଶ୍ୱର ୧୬, ବୌଦ୍ଧ ୧୬ ଏବଂ ଏବଂ ପୁରୀରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri