Posted inରାଜ୍ୟ

ପାଖେଇ ଆସୁଛି ବାତ୍ୟା ‘ନିଭାର’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ବାତ୍ୟା ‘ନିଭାର’ରେ ପରିଣତ ହୋଇଛି। ଏହା ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୨୫ କି.ମି ବେଗରେ ଗତିକରୁଛି। ଅବପାତ ପୁଡୁଚେରୀର ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି ଏବଂ ଦକ୍ଷିଣ-ପୂର୍ବ ତାମିଲନାଡୁର ୪୫୦ କି.ମି. ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ବାତ୍ୟା (ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି। ପବର ବେଗ ଘଣ୍ଟାକୁ ୧୦୦ରୁ ୧୨୦ କି.ମି. ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡିଶା ଉପରେ ନିଭାରର କୌଣସି ପ୍ରଭାବ ନାହିଁ। ବାତ୍ୟା ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ଓଡିଶାର ଅଳ୍ପ କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ କୋରାପୁଟ, ମାଲାନଗିରି, ରାୟଗଡା, ଗଜପତି, ଏବଂ ଗଞ୍ଜାମ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୬ ତାରିଖରେ କୋରାପୁଟ, ମାଲାନଗିରି, ରାୟଗଡା, ଗଜପତି, କନ୍ଧମାଳ ଜିଲାର ଅଳ୍ପ କେତେକ ସ୍ଥାନ ଏବଂ ଉପକୂଳବର୍ତ୍ତୀ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି। ବାତ୍ୟା ଯୋଗୁ ଓଡିଶା ଉପକୂଳରେ ୬୫ରୁ ୭୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ସମ୍ଭାବନ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟ ପକ୍ଷରେ ରାଜ୍ୟରେ ଗତ ଦୁଇଦିନ ହେବ ଶୀତର ପରିମାଣ ସାମାନ୍ୟ ବୃଦ୍ଧିପାଇଛି। ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗୀବାଡିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୧, ଅନୁଗୋଳ ୧୧.୬, ବାରିପଦା ୧୨, କେନ୍ଦୁଝର ୧୨.୪, ଝାରସୁଗୁଡା ୧୩.୮, ଭବାନୀପାଟଣkା ୧୩.୬, ତାଳଚେର ୧୨.୫, କୋରାପୁଟ ୧୪, କଟକ ୧୪.୫, ଚାନ୍ଦବାଲି ୧୪.୮, ବାଲେଶ୍ୱର ୧୫.୨, ହୀରାକୁଦ ୧୬.୧, ସୁନ୍ଦରଗଡ ୧୬, ସମ୍ବଲପୁର ୧୬.୩, ଭୁବନେଶ୍ୱର ୧୬, ବୌଦ୍ଧ ୧୬ ଏବଂ ଏବଂ ପୁରୀରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?